ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଭୁବନେଶ୍ୱରରେ ପହଞ୍ଚିଲେ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ

0

ଭୁବନେଶ୍ବର: ଡିଜିପି ସମ୍ମିଳନୀରେ ଯୋଗଦେବା ଲାଗି ଭୁବନେଶ୍ୱରରେ ପହଞ୍ଚି ସାରିଛନ୍ତି ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ। ସର୍ବଭାରତୀୟ ୫୯ତମ ଡିଜି-ଆଇଜି ସମ୍ମିଳନୀ ଭୁବନେଶ୍ୱରରେ ଶୁକ୍ରବାର ଆରମ୍ଭ ହୋଇ ଡିସେମ୍ବର ୧ ପର୍ଯ୍ୟନ୍ତ ତିନିଦିନ ଧରି ଅନୁଷ୍ଠିତ ହେବ। ଏଥିରେ ଯୋଗଦେବା ପାଇଁ ଶୁକ୍ରବାର ଭୁବନେଶ୍ବରରେ ପହଞ୍ଚିଛନ୍ତି ଏନଏସ୍‌ଏ ଅଜିତ ଡୋଭାଲ। ଏହି ଅବସରରେ କମିଶନରେଟ ପୋଲିସ ପକ୍ଷରୁ ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ ପ୍ରମୁଖ ବହୁ ବିଶିଷ୍ଟ ବ୍ୟକ୍ତି ଭୁବନେଶ୍ୱର ଆସିବାର କାର୍ଯ୍ୟକ୍ରମ ରହିଛି। ଗୁରୁବାର ଭୁବନେଶ୍ୱରରେ ୩ଟି ରାଜ୍ୟର ପ୍ରତିନିଧିଙ୍କ ସମେତ ପ୍ରାୟ ୩୦ରୁ ଅଧିକ ଅଧିକାରୀ ପହଞ୍ଚି ସାରିଲେଣି। ଗୋଇନ୍ଦା ନିର୍ଦ୍ଦେଶକ ତପନ ଡେକା ମଧ୍ୟ ପହଞ୍ଚି ସାରିଛନ୍ତି। ତେଣୁ ସମସ୍ତଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପ୍ରଥମ ଥର ଲାଗି ଓଡ଼ିଶାରେ ହେଉଥିବା ଏହି ସମ୍ମିଳନୀ ପାଇଁ ସୁରକ୍ଷା ବଳୟରେ ରହିଛି ରାଜଧାନୀ।

ସମ୍ମିଳନୀରେ ଯୋଗଦେବାକୁ ବିଭିନ୍ନ ରାଜ୍ୟର ପୋଲିସ ମୁଖିଆ ମଧ୍ୟ ପହଞ୍ଚି ସାରିଲେଣି। ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ସହ ସୀମା ସୁରକ୍ଷା, ସାଇବର ଅପରାଧ ଓ ନିଶା କାରବାର ଭଳି ପ୍ରମୁଖ ପ୍ରସଙ୍ଗରେ ତିନି ଦିନ ଧରି ହେବ ଆଲୋଚନା।ଏପରି କି ଅତିଥିଙ୍କୁ ସ୍ବାଗତ ଓ ସହାୟତା ପାଇଁ ବିମାନବନ୍ଦରରେ କମିଶନରେଟ ପୋଲିସ ପକ୍ଷରୁ କ୍ୟାମ୍ପ ସାଙ୍ଗକୁ ୨ଟି ହେଲ୍ପ ଡେସ୍କ ଖୋଲାଯାଇଛି। ସେହିପରି ସହରର ସମସ୍ତ ଏଣ୍ଟ୍ରି ପଏଣ୍ଟକୁ ସିଲ କରି ପୋଲିସ ଓ ବିଏସଏଫ କଡ଼ା ଯାଞ୍ଚ କରୁଛନ୍ତି।

Leave A Reply

Your email address will not be published.