ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଭୁବନେଶ୍ୱରରେ ପହଞ୍ଚିଲେ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ

0

ଭୁବନେଶ୍ବର: ଡିଜିପି ସମ୍ମିଳନୀରେ ଯୋଗଦେବା ଲାଗି ଭୁବନେଶ୍ୱରରେ ପହଞ୍ଚି ସାରିଛନ୍ତି ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ। ସର୍ବଭାରତୀୟ ୫୯ତମ ଡିଜି-ଆଇଜି ସମ୍ମିଳନୀ ଭୁବନେଶ୍ୱରରେ ଶୁକ୍ରବାର ଆରମ୍ଭ ହୋଇ ଡିସେମ୍ବର ୧ ପର୍ଯ୍ୟନ୍ତ ତିନିଦିନ ଧରି ଅନୁଷ୍ଠିତ ହେବ। ଏଥିରେ ଯୋଗଦେବା ପାଇଁ ଶୁକ୍ରବାର ଭୁବନେଶ୍ବରରେ ପହଞ୍ଚିଛନ୍ତି ଏନଏସ୍‌ଏ ଅଜିତ ଡୋଭାଲ। ଏହି ଅବସରରେ କମିଶନରେଟ ପୋଲିସ ପକ୍ଷରୁ ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ ପ୍ରମୁଖ ବହୁ ବିଶିଷ୍ଟ ବ୍ୟକ୍ତି ଭୁବନେଶ୍ୱର ଆସିବାର କାର୍ଯ୍ୟକ୍ରମ ରହିଛି। ଗୁରୁବାର ଭୁବନେଶ୍ୱରରେ ୩ଟି ରାଜ୍ୟର ପ୍ରତିନିଧିଙ୍କ ସମେତ ପ୍ରାୟ ୩୦ରୁ ଅଧିକ ଅଧିକାରୀ ପହଞ୍ଚି ସାରିଲେଣି। ଗୋଇନ୍ଦା ନିର୍ଦ୍ଦେଶକ ତପନ ଡେକା ମଧ୍ୟ ପହଞ୍ଚି ସାରିଛନ୍ତି। ତେଣୁ ସମସ୍ତଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପ୍ରଥମ ଥର ଲାଗି ଓଡ଼ିଶାରେ ହେଉଥିବା ଏହି ସମ୍ମିଳନୀ ପାଇଁ ସୁରକ୍ଷା ବଳୟରେ ରହିଛି ରାଜଧାନୀ।

ସମ୍ମିଳନୀରେ ଯୋଗଦେବାକୁ ବିଭିନ୍ନ ରାଜ୍ୟର ପୋଲିସ ମୁଖିଆ ମଧ୍ୟ ପହଞ୍ଚି ସାରିଲେଣି। ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ସହ ସୀମା ସୁରକ୍ଷା, ସାଇବର ଅପରାଧ ଓ ନିଶା କାରବାର ଭଳି ପ୍ରମୁଖ ପ୍ରସଙ୍ଗରେ ତିନି ଦିନ ଧରି ହେବ ଆଲୋଚନା।ଏପରି କି ଅତିଥିଙ୍କୁ ସ୍ବାଗତ ଓ ସହାୟତା ପାଇଁ ବିମାନବନ୍ଦରରେ କମିଶନରେଟ ପୋଲିସ ପକ୍ଷରୁ କ୍ୟାମ୍ପ ସାଙ୍ଗକୁ ୨ଟି ହେଲ୍ପ ଡେସ୍କ ଖୋଲାଯାଇଛି। ସେହିପରି ସହରର ସମସ୍ତ ଏଣ୍ଟ୍ରି ପଏଣ୍ଟକୁ ସିଲ କରି ପୋଲିସ ଓ ବିଏସଏଫ କଡ଼ା ଯାଞ୍ଚ କରୁଛନ୍ତି।

Leave A Reply

Your email address will not be published.