ପ୍ରମୁଖ ଖବର

ବନ୍ୟା ପରିଚାଳନା ପାଇଁ ୩ ବରିଷ୍ଠ ଆଇଏଏସ ଅଧିକାରୀ ନିୟୋଜିତ
ହର୍ମୁଜ୍ ପ୍ରଣାଳୀରେ ଜାହାଜ ଚଳାଚଳ ନେଇ ଇରାନ-ଓମାନ ମଧ୍ୟରେ ସହମତି
ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି: ‘ସଦୈବ ଅଟଳ’ରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସମ୍ଭାବ୍ୟ ବନ୍ୟା ପାଇଁ ଭଦ୍ରକରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଟ୍ରାଫିକ କଟକଣା

0

ଭୁବନେଶ୍ବର; ନଭେମ୍ବର ୨୯ରୁ ୧ ତାରିଖ ପର୍ଯ୍ୟନ୍ତ ରାଜଧାନୀ ଭୁବନେଶ୍ୱରରେ ୩ ଦିନିଆ ମହାନିର୍ଦ୍ଦେଶକ ପୋଲିସ(ଡିଜିପି) ଏବଂ ଇନ୍ସପେକ୍ଟର ଜେନେରାଲ ପୋଲିସ (ଆଇଜିପି) ସମ୍ମିଳନୀ ଅନୁଷ୍ଠିତ ହେବ। ଏନେଇ କମିଶନରେଟ୍‌ ପୋଲିସ ପକ୍ଷରୁ ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପାଇଁ ଗୁରୁବାର କଟକଣା ଜାରି କରାଯାଇଛି।

ଭିଭିଆଇପିଙ୍କ ଗସ୍ତକୁ ନେଇ ରାସ୍ତାରେ ଯାନବାହାନ ଚଳାଚଳା ଉପରେ କଟକଣା କରାଯାଇଛି। ବିଶେଷକରି ଏୟାରପୋର୍ଟ ଛକରୁ ପିଏମ୍‌ଜି ଛକ, ରାଜଭବନ ଛକରେ ଟ୍ରାଫିକ କଟକଣା ଜାରି ହୋଇଛି। ଏପରିକି ରବୀନ୍ଦ୍ର ମଣ୍ଡପ ଛକରୁ ୧୨୦ ବାଟାଲିୟନ ଓ ଜୟଦେବ ବିହାର, ନାଲକୋ ଛକ ରାସ୍ତାରେ ମଧ୍ୟ ଟ୍ରାଫିକ କଟକଣା ରହିବ। ଯେଉଁ ଦିନ ଯେଉଁ ସମୟରେ ଭିଭିଆଇପିଙ୍କ ଗସ୍ତ ରହିଛି, ସେହି ଅନୁସାରେ କଟକଣା ରହିବ ବୋଲି କମିଶନରେଟ୍‌ ପୋଲିସ ପକ୍ଷରୁ କୁହାଯାଇଛି।

ସମ୍ମିଳନୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ପ୍ରଧାନମନ୍ତ୍ରୀ ୨୯ରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ୪୮ଘଣ୍ଟିଆ ଅବସ୍ଥାନ ସମୟରେ ପ୍ରଧାନମନ୍ତ୍ରୀ ଉଭୟ ଦଳୀୟ ଓ ସରକାରୀ କାର୍ଯ୍ୟକ୍ରମର ସମୀକ୍ଷା କରିବେ। ଏହି ସମୟ ମଧ୍ୟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଧ୍ୟ ରହିବେ।

Leave A Reply

Your email address will not be published.