ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା

0

ଦୁର୍ଘଟଣାରେ ୧୦ ମୃତ, ୩୦ ଆହତ
ମହାରାଷ୍ଟ୍ର: ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ମହାରାଷ୍ଟ୍ରର ଗୋନ୍ଦିଆରେ ଶୁକ୍ରବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ରାଜ୍ୟ ପରିବହନ ବିଭାଗ ବସ୍ ଓଲଟି ୧୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ବସଟି ନାଗପୁରରୁ ଗୋନ୍ଦିଆ ଯାଉଥିବାବେଳେ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଆରୋହୀଙ୍କୁ ରକ୍ଷା କରିବାକୁ ଯାଇ ଦୁର୍ଘଟଣା ଘଟିଛି।

ସୂଚନା ଅନୁସାରେ, ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା। ଏହି ସମୟରେ ଗୋନ୍ଦିଆ ଜିଲ୍ଲୀ ବିନ୍ଦ୍ରବାନ ତୋଲା ନିକଟରେ ହଠାତ୍ ରାସ୍ତା ମଝିକୁ ଏକ ବାଇକ୍ ଚାଳକ ପଶିଆସିଥିଲେ। ବାଇକ ସହ ଦୁର୍ଘଟଣା ଏଡାଇବାକୁ ଯାଇ ବସଟି ଦିଗ ବଦଳାଇବାକୁ ଚେଷ୍ଟା କରିଥିଲା। ମାତ୍ର ବସ୍ ର ବେଗ ଅଧିକ ଥିବାରୁ ଏହା ଭାରସାମ୍ୟ ହରାଇ ଓଲଟି ପଡ଼ିଲା। ଫଳରେ ୧୦ ଜଣ ଯାତ୍ରୀଙ୍କ ଜୀବନ ଚାଲିଗଲା।

ତୁରନ୍ତ ସ୍ଥାନୀୟ କର୍ତ୍ତୃପକ୍ଷ ଏବଂ ଜରୁରୀକାଳୀନ ସେବାକୁ ସୂଚନା ଦିଆଯାଇଥିଲା। ଆହତ ଯାତ୍ରୀମାନଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଦୁର୍ଘଟଣା ପରେ ବସ୍ ଡ୍ରାଇଭର ଘଟଣାସ୍ଥଳରୁ ଫେରାର୍ ହୋଇଯାଇଥିବା ଜଣାପଡିଛି। ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି। କ୍ରେନ୍ ସାହାଯ୍ୟରେ ଓଲଟି ପଡିଥିବା ବସ୍ ହଟାଇବାକୁ ଚେଷ୍ଟା ଚାଲିଛି। ତେବେ ମୃତକଙ୍କ ସଂପୂର୍ଣ୍ଣ ପରିଚୟ ଏଯାଏ ଜଣାପଡିନି।

ଏହି ବସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପ୍ରତି ଗଭୀର ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏକ ଟ୍ୱିଟ ବାର୍ତ୍ତାରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ କହିଛନ୍ତି, ‘ମହାରାଷ୍ଟ୍ରର ଗୋଣ୍ଡିଆ ଜିଲ୍ଲାରେ ଏକ ମର୍ମନ୍ତୁଦ ବସ ଦୁର୍ଘଟଣାରେ ଅନେକ ମହିଳାଙ୍କ ମୃତ୍ୟୁ ଖବର ପାଇ ମୁଁ ଗଭୀର ଦୁଃଖିତ। ମୁଁ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି।’

Leave A Reply

Your email address will not be published.