ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ

0

ଭୁବନେଶ୍ବର: ସ୍କୁଲ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଲେ ରାଜ୍ୟ ସରକାର। ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ। ପ୍ରାଥମିକ ସ୍କୁଲ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନରେ ଖର୍ଚ୍ଚ ୭ଟଙ୍କା ୬୪ ପଇସା ହେବ । ପୂର୍ବରୁ ଏହି ଖର୍ଚ୍ଚ ୫ ଟଙ୍କା ୯୦ ପଇସା ଥିଲା। ସେହିପରି ଉଚ୍ଚ ପ୍ରାଥମିକ ପାଇଁ ଖର୍ଚ୍ଚ ହେବ ୧୦ ଟଙ୍କା ୯୪ ପଇସା। ପୂର୍ବରୁ ଏହି ଖଚ୍ଚ ୮ଟଙ୍କା ୮୨ ପଇସା ଥିଲା।

ତେବେ ଭାଜପା ସରକାର ଆସିବା ପରେ ମଧ୍ୟାହ୍ନ ଭୋଜନରେ ୧ଟଙ୍କା ବୃଦ୍ଧି ହୋଇଥିଲା। ପୁଣି ଥରେ ଖର୍ଚ୍ଚକୁ ସଂଶୋଧନ କରି ନୂଆ ଖର୍ଚ୍ଚ ସରକାର ଲାଗୁ କରିଛନ୍ତି। ଡିସେମ୍ବରରୁ ଏହା ଲାଗୁ ହେବ। ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି ନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି କରାଯାଇଛି। ଏହାକୁ ଡିସେମ୍ବର ୧ ତାରିଖଠାରୁ ଅର୍ଥାତ୍ ଆସନ୍ତାକାଲିଠାରୁ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଛନ୍ତି ସରକାର।

Leave A Reply

Your email address will not be published.