ପ୍ରମୁଖ ଖବର

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି

ପାଟପୁର ଥାନାକୁ ମିଳିଲା ଶ୍ରେଷ୍ଠ ଥାନା ପୁରସ୍କାର

0

ଭୁବନେଶ୍ବର: ପାଟପୁର ଥାନା ପାଇଲା ଶ୍ରେଷ୍ଠ ଥାନା ପୁରସ୍କାର। ପୁରସ୍କାର ଦେଲେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ଦେଶର ଦ୍ୱିତୀୟ ଶ୍ରେଷ୍ଠ ଥାନା ଭାବେ ପୁରସ୍କୃତ ହୋଇଛି ଗଞ୍ଜାମ ଜିଲ୍ଲାର ପାଟପୁର ଥାନା। ଭୁବନେଶ୍ବର ସ୍ଥିତ ଲୋକସେବା ଭବନ କନଭେନସନ ସେଣ୍ଟରରେ ଆଜି ଆରମ୍ଭ ହୋଇଥିବା ଅଖିଳ ଭାରତୀୟ ପୋଲିସ ମହାନିର୍ଦ୍ଦେଶକ/ ମହାନିରୀକ୍ଷକ ସମ୍ମିଳନୀରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ପୁରସ୍କୃତ କରିଛନ୍ତି। ପାଟପୁର ଥାନା ଆଇଆଇସି ସବ୍ୟସାଚୀ ମଲ୍ଲ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଠାରୁ ପ୍ରଶଂସାପତ୍ର ସହ ଏହି ସମ୍ମାନଜନକ ପୁରସ୍କାର ଗ୍ରହଣ କରିଛନ୍ତି। ଏହି ସମ୍ମାନ ଓଡ଼ିଶା ପୁଲିସ ପାଇଁ ଅତ୍ୟନ୍ତ ଗର୍ବ ଓ ସମ୍ମାନର ମୁହୂର୍ତ୍ତ ବୋଲି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ମତବ୍ୟକ୍ତ କରିଛନ୍ତି । ଏହି ଅବସରରେ ଡିଜିପି ଶ୍ରୀ ଖୁରାନିଆ, ଗଞ୍ଜାମ ଏସପି ଶୁଭେନ୍ଦୁ କୁମାର ପାତ୍ରଙ୍କ ସମେତ ରାଜ୍ୟ ତଥା ଜିଲ୍ଲା ପୋଲିସର ଅଧିକାରୀ ଓ କର୍ମଚାରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ସୂଚନାଯୋଗ୍ୟ, ପ୍ରତିବର୍ଷ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଦେଶର ସମସ୍ତ ଥାନାଗୁଡ଼ିକର ବିଭିନ୍ନ ମାନଦଣ୍ଡକୁ ଆଧାର କରି ଶ୍ରେଷ୍ଠ ଥାନା ପୁରସ୍କାର ନିମନ୍ତେ ଚୟନ କରାଯାଇଥାଏ। ଅପରାଧ ହାର, ତଦନ୍ତ, ମାମଲାର ସମାଧାନ, ସିସିଟିଏନ୍ଏସ୍ ବ୍ୟବହାର, ଏନଫୋର୍ସମେଣ୍ଟ, ପୁନରୁଦ୍ଧାର ସମ୍ପତ୍ତିର ମୂଲ୍ୟ, ଦୋଷୀ ସାବ୍ୟସ୍ତ ହାର, ଦଣ୍ଡବିଧାନ, ଥାନାଗୁଡିକର ଆନୁସଙ୍ଗିକ ଭିତ୍ତିଭୂମି ଏବଂ ସାଧାରଣ ଜନତାଙ୍କୁ ଉନ୍ନତ ତଥା ଗୁଣାତ୍ମକ ସେବା ପ୍ରଦାନ ଭଳି ବିଭିନ୍ନ ମାନଦଣ୍ଡକୁ ଆଧାର କରି ଶ୍ରେଷ୍ଠ ଥାନା ଚୟନ କରାଯାଇଥାଏ। ଏହି ସମସ୍ତ ମାନଦଣ୍ଡରେ ଗଞ୍ଜାମ ଜିଲ୍ଲା ପାଟପୁର ଥାନାର ଉଲ୍ଲେଖନୀୟ ପ୍ରଦର୍ଶନ ରହିଥିଲା। ଏଥିପାଇଁ କେନ୍ଦ୍ରୀୟ ଟିମ୍ ପାଟପୁର ଥାନାରେ ମଧ୍ୟ ପହଞ୍ଚିଥିଲେ। ଏହାକୁ ଭିତ୍ତିକରି ପାଟପୁର ଥାନା ଦ୍ଵିତୀୟ ଶ୍ରେଷ୍ଠ ଥାନା ଭାବେ ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଥିଲା।

Leave A Reply

Your email address will not be published.