ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର

ବାରିପଦାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୪ମୃତ, ୩ ଆହତ

0

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାରିପଦାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆତମାନଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଖବର ମୁତାବକ, ଆଜି ସକାଳେ ତିରିଂ ଥାନା ଅଞ୍ଚଳର ବଡଡାଳିମା ଛକରେ ପ୍ରଥମେ ଗୋଟିଏ ଟ୍ରକ୍ ୩ ଜଣଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହିଁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଥିଲେ। ପୁଣି ଉକ୍ତ ଟ୍ରକ ଟି ସେଠାରୁ ଖସି ପଳାଇ ବହଳଦା ଥାନା ବାଗଡେଗାଠାରେ ଏକ ଅଟୋକୁ ପିଟିଥିଲା।
ଅଟୋରେ ଥିବା ଏକ ଦମ୍ପତିଙ୍କ ସହିତ ଅଟୋ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିଲା। ଅଟୋରେ ଥିବା ଅନ୍ୟ ଜଣେ ବ୍ୟକ୍ତି ଆହତ ହୋଇଥିଲେ। ଆହତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଦୁର୍ଘଟଣା ପରେ ଟ୍ରକଟି ରାସ୍ତା ତଳକୁ ଖସିପଡ଼ିଥିଲା। ସ୍ଥାନୀୟ ଲୋକେ ଟ୍ରକରେ ଥିବା ଜଣେ ବ୍ୟକ୍ତିଙ୍କୁ କାବୁ କରିଥିବାବେଳେ ଡ୍ରାଇଭର ଫେରାର ହୋଇଯାଇଥିବା ଜଣାପଡ଼ିଛି । ପୋଲିସ ମୃତଦେହକୁ ଉଦ୍ଧାର କରି ଘଟଣାର ତଦନ୍ତ କରୁଛି।

Leave A Reply

Your email address will not be published.