ପ୍ରମୁଖ ଖବର

‘ଜୁନ୍‌ ୨୮ରୁ ଜୁଲାଇ ୬ ଯାଏଁ ଗର୍ଭଗୃହ, ବାହାର ରତ୍ନଭଣ୍ଡାର ମରାମତି’
ରାଜା ଚକ୍ରଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
ପୁରଣ ହେବ ୧୫ଟି ବିଶ୍ୱବିଦ୍ୟାଳୟର ଭିସି ପଦବୀ
ନୀରବ ମୋଦିଙ୍କ ବେଲ୍ ଆବେଦନ ଖାରଜ
ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଲାଗି ଫର୍ମ ପୂରଣ ଆରମ୍ଭ
ଅଦିନିଆ ବର୍ଷାକୁ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଘୋଷଣା କଲେ ରାଜ୍ୟ ସରକାର

ବାରିପଦାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୪ମୃତ, ୩ ଆହତ

0

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାରିପଦାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆତମାନଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଖବର ମୁତାବକ, ଆଜି ସକାଳେ ତିରିଂ ଥାନା ଅଞ୍ଚଳର ବଡଡାଳିମା ଛକରେ ପ୍ରଥମେ ଗୋଟିଏ ଟ୍ରକ୍ ୩ ଜଣଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହିଁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଥିଲେ। ପୁଣି ଉକ୍ତ ଟ୍ରକ ଟି ସେଠାରୁ ଖସି ପଳାଇ ବହଳଦା ଥାନା ବାଗଡେଗାଠାରେ ଏକ ଅଟୋକୁ ପିଟିଥିଲା।
ଅଟୋରେ ଥିବା ଏକ ଦମ୍ପତିଙ୍କ ସହିତ ଅଟୋ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିଲା। ଅଟୋରେ ଥିବା ଅନ୍ୟ ଜଣେ ବ୍ୟକ୍ତି ଆହତ ହୋଇଥିଲେ। ଆହତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଦୁର୍ଘଟଣା ପରେ ଟ୍ରକଟି ରାସ୍ତା ତଳକୁ ଖସିପଡ଼ିଥିଲା। ସ୍ଥାନୀୟ ଲୋକେ ଟ୍ରକରେ ଥିବା ଜଣେ ବ୍ୟକ୍ତିଙ୍କୁ କାବୁ କରିଥିବାବେଳେ ଡ୍ରାଇଭର ଫେରାର ହୋଇଯାଇଥିବା ଜଣାପଡ଼ିଛି । ପୋଲିସ ମୃତଦେହକୁ ଉଦ୍ଧାର କରି ଘଟଣାର ତଦନ୍ତ କରୁଛି।

Leave A Reply

Your email address will not be published.