ପ୍ରମୁଖ ଖବର

ଜୟପୁରଠାରେ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି)ର ନୂଆ ପରୀକ୍ଷା ଜୋନ ହେବ ବୋଲି ଘୋଷଣା
ଭାରତରେ ୨ ଜଣ ଏଚ୍‌ଏମ୍‌ପିଭି ସଂକ୍ରମିତ ଚିହ୍ନଟ
ଆଇଇଡି ଲଗାଇ ସେନା ଗାଡ଼ି ଉଡାଇଦେଲେ ମାଓବାଦୀ: ୯ ଯବାନ ଶହୀଦ
ସାତକୋଶିଆରେ ଆଜି ଠାରୁ କୁମ୍ଭୀର ଗଣନା ଆରମ୍ଭ ହୋଇଛି । କୁମ୍ଭୀର ଗଣନା ପାଇଁ ଆଜିଠୁ ଆସନ୍ତା ୯ ତାରିଖ ସକାଳ ପର୍ଯ୍ୟନ୍ତ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ସୂଚନା
ଓଡିଶାରେ ୪୪୭୯୩ କୋଟି ଟଙ୍କାର ୫ଟି ଶିଳ୍ପ ପ୍ରକଳ୍ପକୁ ମିଳିଲା ମଞ୍ଜୁରୀ
ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ୧୦ କୋଟିର ଟଙ୍କାର ଗଞ୍ଜେଇ ଜବତ
ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଘୋଷଣା କଲେ ଜଷ୍ଟିନ ଟ୍ରୁଡୁ
ଦରଦାମ ବୃଦ୍ଧି ପ୍ରତିବାଦରେ ସରକାରଙ୍କ ଉପରେ ବର୍ଷିଲେ ନବୀନ
ରାୟଗଡ଼ା ରେଳ ଡିଭିଜନ ଭବନର ଶିଳାନ୍ୟାସ କଲେ ମୋଦୀ
ରାୟଗଡ଼ା ରେଳ ଡିଭିଜନ ଭବନର ଶିଳାନ୍ୟାସ କଲେ ମୋଦୀ
ଜାମିନ ନେବାକୁ ମନା କଲେ ପ୍ରଶାନ୍ତ କିଶୋର: ଜେଲ୍‌ରେ ଥାଇ କରିବେ ଅନଶନ

ଏଥର କଂସ ଭୂମିକାରେ ଅଭିନୟ କରିବେ ଭୁବନେଶ୍ୱର ପ୍ରଧାନ

0

ବରଗଡ଼: ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଜାନୁଆରୀ ୧୩ ପର୍ଯ୍ୟନ୍ତ ଚାଲିବ। ତେବେ ଆସନ୍ତା ଧନୁଯାତ୍ରା ମହୋତ୍ସବ ପାଇଁ ରବିବାର ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲ୍‌ରେ କଂସ ଚୟନ ପ୍ରକ୍ରିୟା ହୋଇଥିଲା। ଏହି ଚୟନ ପ୍ରକ୍ରିୟାରେ ବରଗଡ଼ ବ୍ଲକ ସର୍ଲା ଗ୍ରାମର ଭୁବନେଶ୍ବର ପ୍ରଧାନ ପ୍ରଥମ ସ୍ଥାନ ଅଧିକାର କରି ଆସନ୍ତା ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ କରିବାର ସୁଯୋଗ ପାଇଛନ୍ତି। ଜୁରୀ ସଦସ୍ୟମାନେ କଂସ ଭୂମିକା ପାଇଁ ତାଙ୍କ ନାଁ ଉପରେ ମାରିଛନ୍ତି ମୋହର। ଉତ୍ତମ ଅଭିନୟ ଓ ଉଚ୍ଚକୋଟୀର ସଂଳାପ ପାଇଁ ଅନ୍ୟ ତିନି ଜଣଙ୍କୁ ପଛରେ ପକାଇ ଭୁବନେଶ୍ୱର ପ୍ରଧାନ ବାଜି ମାରିଛନ୍ତି।

ସେ ବରଗଡ ଧନୁଯାତ୍ରା ମହୋତ୍ସବରେ ପୂର୍ବରୁ ଅନେକଥର କଂସ ଭୂମିକାରେ ଅଭିନୟ କରି ଦର୍ଶକଙ୍କୁ ମନ ଜିଣି ସାରିଛନ୍ତି। ଶେଷଥର ପାଇଁ ସେ ୨୦୨୦ରେ କଂସ ମହାରାଜା ଭୂମିକାରେ ଅଭିନୟ କରିଥିଲେ। ବରଗଡ଼ ଧନୁଯାତ୍ରା ଦୃଶ୍ୟାଭିନୟରେ ତାଙ୍କର ଅନେକ ଅଭିଜ୍ଞତା ରହିଛି। ଫଳରେ ଅନ୍ୟବର୍ଷ ତୁଳନାରେ ଏଥର ତାଙ୍କ କଂସ ଦୃଶ୍ୟାଭିନୟ ଆହୁରି ଉଚ୍ଚକୋଟୀର ହେବ ବୋଲି ଦର୍ଶକ ମନରେ ଆଶା ବାନ୍ଧିଛନ୍ତି। ତେବେ ଆସନ୍ତା ଧନୁଯାତ୍ରା ମହୋତ୍ସବରେ ସେ କିଭଳି ଅଭିନୟ କରିବେ, ତାକୁ ଦର୍ଶକ ଚାହିଁ ବସିଛନ୍ତି।

ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗତବର୍ଷ କଂସ ଅଭିନୟ କରିଥିବା ହୃଷୀକେଶ ଭୋଇ ମହାପ୍ରୟାଣ ଗାଡ଼ିରେ ଶବ ପରିବହନ ବାବଦକୁ ମୃତକଙ୍କ ପରିବାରଠାରୁ ଲାଞ୍ଚ ନେବା ଅଭିଯୋଗରେ ବିବାଦୀୟ ହୋଇ ପଡ଼ିଥିଲେ। ଆସନ୍ତା ଧନୁଯାତ୍ରା ତାଙ୍କ ପାଇଁ ଶେଷ ସୁଯୋଗ ଥିଲା। ମାତ୍ର ମହାପ୍ରୟାଣ ଗାଡ଼ିରେ ଶବ ପରିବହନ ବାବଦକୁ ମୃତକଙ୍କ ପରିବାରଠାରୁ ଲାଞ୍ଚ ନେବା ଘଟଣାରେ ତାଙ୍କୁ ବିଦା ହେବାକୁ ପଡ଼ିଥିଲା ଏବଂ ନୂତନ କଂସ ଚୟନର ଆବଶ୍ୟକତା ପଡ଼ିଥିଲା।

ଧନୁଯାତ୍ରା ମହୋତ୍ସବ ସମିତିର ନିଷ୍ପତ୍ତି କ୍ରମେ ଉକ୍ତ ଚୟନ ପ୍ରକ୍ରିୟାରେ ୪ଜଣ କଂସ କଳାକାର ଅଂଶଗ୍ରହଣ କରିଥିଲେ। ସେମାନଙ୍କ ମଧ୍ୟରେ ଆର୍ତ୍ତତ୍ରାଣ ସୁନାନୀ, ଜଗଦାନନ୍ଦ ମିଶ୍ର, ଭୁବନେଶ୍ବର ପ୍ରଧାନ ଏବଂ ସୁଶୀଲ କୁମାର ମେହେର ଥିଲେ। ସମସ୍ତଙ୍କୁ ପଛରେ ପକାଇ ଭୁବନେଶ୍ବର ପ୍ରଧାନ ଆଗାମୀ ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ ପାଇଁ ସୁଯୋଗ ପାଇଛନ୍ତି। ଏହାକୁ ନେଇ ତାଙ୍କ ସମର୍ଥକ ମହଲରେ ଉତ୍ସାହ ପରିଲକ୍ଷିତ ହୋଇଛି।

Leave A Reply

Your email address will not be published.