ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

୨୦୨୭ ସୁଦ୍ଧା ଶେଷ ହେବ ଭୁବନେଶ୍ଵର ମେଟ୍ରୋ ଟ୍ରେନ୍‌ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାମ

0

ଭୁବନେଶ୍ବର: ଭୁବନେଶ୍ବର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଶିନବାର ମେଟ୍ରୋ ପ୍ରକଳ୍ପକୁ ନେଇ ବଡ଼ ସୂଚନା ଦେଇଛନ୍ତି। ୨୦୨୭ ଡିସେମ୍ବର ସୁଦ୍ଧା ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପ ଶେଷ ହେବ। ଡିସେମ୍ବର ୨୦୨୭ ସୁଦ୍ଧା ଶେଷ ହେବଭୁବନେଶ୍ଵର ମେଟ୍ରୋ ଟ୍ରେନ୍‌ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାମ। ପ୍ରଥମେ ୨୬ କିଲୋମିଟର ମଧ୍ୟରେ ମେଟ୍ରୋ ଟ୍ରେନ୍‌ ଚଳାଚଳ କରିବ। ଆରମ୍ଭରୁ ଯାତ୍ରୀଙ୍କୁ ୧୩ଟି ଟ୍ରେନ୍‌ରେ ଏହି ସେବା ମିଳିବ। ପ୍ରତ୍ୟେକ ଟ୍ରେନ୍‌ରେ ୩ଟି ଲେଖାଏଁ କୋଚ୍ ରହିବ। ଏଥିରେ ୯୫ ହଜାର ଲୋକ ପ୍ରତିଦିନ ଯିବାର କ୍ଷମତା ରହିବ। ମେଟ୍ରୋ ଟ୍ରେନ୍‌ ନେଇ ସମୀକ୍ଷା ପରେ ଶନିବାର ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ସମୀକ୍ଷା ପରେ ଅପରାଜିତା ଏହି ସୂଚନା ଦେଇଛନ୍ତି।
ବହୁ ପ୍ରତୀକ୍ଷିତ ଭୁବନେଶ୍ୱର ମେଟ୍ରୋ ଟ୍ରେନ୍‌ ପ୍ରକଳ୍ପର କାମ ୨୦୨୭ ଶେଷ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖାଯାଇଛି। ମେଟ୍ରୋ ପ୍ରକଳ୍ପ ପାଇଁ ଏବେ ମାଟି ପରୀକ୍ଷା ଚାଲିଛି। ୫୦ରୁ ୬୦ ଫୁଟ ତଳୁ ମାଟି ନେଇ ଲ୍ୟାବ୍‌ରେ ପରୀକ୍ଷା ଚାଲିଛି। ମାଟି ପରୀକ୍ଷା ପରେ ଫାଉଣ୍ଡେସନ୍‌ କାମ ଆରମ୍ଭ ହେବ। ଭୁବନେଶ୍ବରରେ ଭୂପୃଷ୍ଠରୁ ୧୩ ଫୁଟ୍‌ ଉଚ୍ଚରେ ମେଟ୍ରୋ ରେଳ ଗଡ଼ିବ। ରାଜମହଲ, ଜୟଦେବ ବିହାର ଓ ବାରଙ୍ଗରେ ଏହାର ଉଚ୍ଚତା ଆବଶ୍ୟକତା ଅନୁସାରେ ହେବ ବୋଲି ଭୁବନେଶ୍ୱର ମେଟ୍ରୋ ରେଳ କର୍ତ୍ତୃପକ୍ଷ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଭୁବନେଶ୍ଵର ମେଟ୍ରୋ ଟ୍ରେନ୍‌ ପ୍ରକଳ୍ପ ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ଜାନୁଆରି ମାସରେ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଭୁବନେଶ୍ଵରରେ ମେଟ୍ରୋ ଟ୍ରେନ୍‌ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ସଂପ୍ରସାରିତ ହେବ। ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଠାରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ପ୍ରାୟ ୨୬କିଲୋମିଟର ମଧ୍ୟରେ ୧୮ଟି ଷ୍ଟେସନ ରହିବ ବୋଲି ସୂଚନା ମିଳିଛି।
ଅନ୍ୟପକ୍ଷେ ପ୍ରକଳ୍ପ ପାଇଁ ଆବଶ୍ୟକୀୟ ୯୨ ଏକର ଜମି ମିଳି ସାରିଛି। ଆଉ ୧୫ ଏକର ଖୁବଶୀଘ୍ର ଯୋଗାଇ ଦିଆଯିବ। ପ୍ରକଳ୍ପ ନେଇ ମୋଟ ୬ ହଜାର ୨୫୬ କୋଟି ଟଙ୍କା ଖର୍ଚ୍ଚ ନେଇ ଆକଳନ ହୋଇଛି। ପ୍ରଥମ ପର୍ଯ୍ୟାୟ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ପରେ କେନ୍ଦ୍ରର ସହାୟତା ଦରକାର କି ନାହିଁ ଜଣାଯିବ ବୋଲି ଅପରାଜିତ କହିଛନ୍ତି।
ଏହି ସମୀକ୍ଷା ବୈଠକରେ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପର ମୁଖ୍ୟ ନିର୍ବାହୀ ଅଧିକାରୀ କଲ୍ୟାଣ ପଟ୍ଟନାୟକଙ୍କ ସମେତ ଦିଲ୍ଲୀ ମେଟ୍ରୋ ଓ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପର ବହୁ ଅଧିକାରୀ ଉପସ୍ଥିତ ଥିଲେ।

Leave A Reply

Your email address will not be published.