ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ଆଉ ରହିବନି ଆଳୁ ସଙ୍କଟ, ଆସୁଛି ୩୦୦ ଟ୍ରକ୍ ଆଳୁ

0

ଭୁବନେଶ୍ବର: ରାଜ୍ୟରେ ଆଉ ରହିବନି ଆଳୁ ସଙ୍କଟ। ଉତ୍ତର ପ୍ରଦେଶରୁ ଆସୁଛି ୩୦୦ ଟ୍ରକ୍ ଆଳୁ। ଆସନ୍ତାକାଲି ସୁଦ୍ଧା ଆଳୁ ଟ୍ରକ ଓଡ଼ିଶାରେ ପହଞ୍ଚିବ। ଫଳରେ ରାଜ୍ୟରେ ଦେଖାଦେବନି ଆଳୁସମସ୍ୟା। ଆଜି ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।

ସେ କହିଛନ୍ତି, ବଜାରରେ ଏବେ ଆଳୁ କିଲୋ ୩୫ ଟଙ୍କାରେ ବିକ୍ରି ହେଉଛି। କେଉଁଠି କେଉଁଠି ଅତି ବେଶୀରେ ୪୦ ଟଙ୍କାରେ ବିକ୍ରି ହେଉଛି। ଏସବୁ ଦେଖିବାକୁ ଏନଫୋର୍ସମେଣ୍ଟ ଟିମ୍ ଗଠନ କରାଯାଇଛି। ଯଦି ବ୍ୟବସାୟୀ ଅଧିକ ଦରରେ ଆଳୁ ବିକ୍ରି କରିବେ, ତା’ହେଲେ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଶ୍ରୀ ପାତ୍ର କହିଛନ୍ତି।
ମଙ୍ଗଳବାରଠୁ ପଶ୍ଚିମବଙ୍ଗର ଆଳୁ ବ୍ୟବସାୟୀମାନେ ଆନ୍ଦୋଳନ ଡାକରା ଦେଇଛନ୍ତି। ଏହାକୁ ନେଇ ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି, ପଶ୍ଚିମବଙ୍ଗରେ ବର୍ତ୍ତମାନ ୭ ଲକ୍ଷ ମେଟ୍ରିକ ଟନ୍ ଆଳୁ ଗଚ୍ଛିତ ଅଛି। ସେମାନଙ୍କ ଚାହିଦା ଅତି ବେଶୀରେ ୫ ଲକ୍ଷ ମେଟ୍ରିକ ଟନ୍ ହୋଇଥିବାରୁ ବଳକା ୨ ଲକ୍ଷ ମେଟ୍ରିକ ଟନ୍ ଆଳୁ ସେମାନେ ଅନ୍ୟ ରାଜ୍ୟକୁ ଦେଇପାରିବେ। ପଶ୍ଚିମବଙ୍ଗ ବ୍ୟବସାୟୀମାନେ ଓଡ଼ିଶାକୁ ଆଳୁ ପଠାଇବା ପାଇଁ ଇଛୁକ। ପଶ୍ଚିମବଙ୍ଗ ସରକାର ଓଡ଼ିଶା ଆଳୁ ପଠାଇବାକୁ ଅନୁମତି ଦେଉନଥିବାରୁ, ଆଳୁ ବ୍ୟବସାୟୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି।

Leave A Reply

Your email address will not be published.