ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

୨୦୨୫ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ମିଳିବ ମୋବାଇଲ ଓ ଇଣ୍ଟରନେଟ

0

ଭୁବନେଶ୍ବର: ୨୦୨୫ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ମିଳିବ ମୋବାଇଲ ଓ ଇଣ୍ଟରନେଟ ସେବା। ଏଥିପାଇଁ ଟାସ୍କଫୋର୍ସ ଗଠନ ହୋଇଛି। ଖୁବଶୀଘ୍ର ଟାସ୍କ ଫୋର୍ସ ତାର କାମ ଆରମ୍ଭ କରିବା ନେଇ ଗୃହରେ ସୂଚନା ଦେଇଛନ୍ତି ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ।

ଏନେଇ ମନ୍ତ୍ରୀ କହିଛନ୍ତି, ବର୍ତ୍ତମାନ ରାଜ୍ୟରେ ୪୭ ହଜାର ୯୦୨ ଟି ମୋବାଇଲ ଟାୱାର ଅଛି। ସେଥିରୁ ୧୨ ହଜାର ୬୦୨ଟି ଫାଇଭ୍-ଜି ଟାୱାର ରହିଛି। ଅଧିକ ଫାଇଭଜି ଟାୱାର ଅପଗ୍ରେଡ଼ କରାଯାଉଛି। ୨୦୨୫ ମାର୍ଚ୍ଚ ସୁଦ୍ଧା ଯେଉଁ ଯେଉଁ ଗାଁରେ ଇଣ୍ଟରନେଟ ସେବା ଉପଲବ୍ଧ ହୋଇନାହିଁ, ସେ ସବୁ ଗାଁକୁ ଇଣ୍ଟରନେଟ ସେବା ପହଞ୍ଚାଇବା ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି। ଇଣ୍ଟେରନେଟ ସମସ୍ୟା ଦୂର କରିବାକୁ ଜିଲ୍ଲା ଏଡିଏମଙ୍କ ଅଧ୍ୟକ୍ଷତାରେ ଟାସ୍କ ଫୋର୍ସ ଗଠନ ହୋଇଛି। ଟାୱାର ବସାଇବାକୁ ଜମି ଅଧିଗ୍ରହଣ ନେଇ ଏହି ଟାସ୍କ ଫୋର୍ସ କାମ କରିବ ବୋଲି ଉତ୍ତର ରଖିଛନ୍ତି ମନ୍ତ୍ରୀ।

ଏଥିସହିତ ପାହାଡ଼ିଆ ଅଞ୍ଚଳରେ ଟାୱାର ସଂଯୋଗୀକରଣ ହୋଇପାରିନାହିଁ। ମୋହନ ସରକାର ଆସିବା ପରେ ଏନେଇ ପଦକ୍ଷେପମାନ ନିଆଯାଉଛି। ଖୁବଶୀଘ୍ର ମୋବାଇଲ ଓ ଇଣ୍ଟରନେଟ୍ ସେବା ମିଳିବ ବୋଲି ଗୃହରେ ମନ୍ତବ୍ୟ ରଖିଛନ୍ତି ମନ୍ତ୍ରୀ ମୁକେଶ ମହାଲିଙ୍ଗ।

Leave A Reply

Your email address will not be published.