ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

0

ଜୟପୁର: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜୟପୁର ବ୍ଲକ ଓ ପୌର ପାଳିକାର ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ର। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଶ୍ୱନାଥଙ୍କ ଘର ସମେତ ୬ଟି ସ୍ଥାନରେ ମଙ୍ଗଳବାର ସକାଳୁ ଚଢାଉ କରିଛି ଭିଜିଲାନ୍ସ ଟିମ। ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କର ୨ଟି ବହୁତଳ କୋଠା ମିଳିଥିବା ବେଳେ ଭୁବନେଶ୍ୱରରେ ୬ଟି ପ୍ଲଟ୍‌ ସମେତ ମୋଟ ୧୮ ପ୍ଲଟ୍‌ ମିଳିଛି। ସେଥିରୁ କେବଳ ଭୁବନେଶ୍ୱର ଗୋଠପାଟଣାରେ ୫ଟି ପ୍ଲଟ ରହିଛି। ସେହିପରି ୮୫୦ ଗ୍ରାମର ସୁନା ଠାବ ହୋଇଛି। ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କ ବ୍ୟାଙ୍କ ଜମା ଓ ବୀମା ଜାଣିବାକୁ ତଲାସୀ ଜାରିରଖିଛି ଭିଜିଲାନ୍ସ। ବିଶ୍ୱନାଥଙ୍କ ଘର ଓ ଅଫିସ ସମେତ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍‌ କରୁଛି। ତେବେ ପୌରପାଳିକାର ଯନ୍ତ୍ରୀ ଦାୟିତ୍ୱରେ ମଧ୍ୟ ଅଛନ୍ତି ବିଶ୍ୱନାଥ।

ସୂଚନା ଅନୁସାରେ, ଜୟପୁର ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କର ବିପୁଳ ସମ୍ପତ୍ତି ଠାବ ହୋଇଛି। ବିଶ୍ୱନାଥଙ୍କ ଜୟପୁର, ଗଞ୍ଜାମ ଓ ଭୁବନେଶ୍ବରରେ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ। ଜୟପୁରରେ ତିନି ମହଲା କୋଠା। ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠାର କୋଳିସାହିରେ ଦୁଇ ମହଲା ବିଲଡିଂ, ଜୟପୁର ବ୍ଲକ ଅଫିସ ଚାମ୍ବର, ଜୟପୁର ମ୍ୟୁନିସିପାଲିଟି ଅଫିସ ଚାମ୍ବର ଓ ଭୁବନେଶ୍ବର ନିଳାଦ୍ରୀ ବିହାରରେ ସମ୍ପର୍କୀୟଙ୍କ ଘରେ ଚାଲିଛି ରେଡ୍। ଚଢାଉରେ ଭିଜିଲାନ୍ସର ଜଣେ ଅତିରିକ୍ତ ଏସପି, ୨ ଜଣ ଡିଏସପି ଓ ୮ ଇନିସପେକ୍ଟର ଓ ୬ ଏଏସଆଇ ସାମିଲ ଅଛନ୍ତି।

Leave A Reply

Your email address will not be published.