ପ୍ରମୁଖ ଖବର

ମହାକୁମ୍ଭ ବୁଲାଇବାକୁ ନେଇ ପତ୍ନୀଙ୍କୁ ହତ୍ୟା କଲେ ସ୍ୱାମୀ
ପଙ୍କଜ ଲୋଚନ ମହାନ୍ତି ହେଲେ ଓସିଏ ସଭାପତି
ମହାକୁମ୍ଭରେ ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଗୁଣାବତ୍ତା ପରୀକ୍ଷାରେ ଫେଲ୍ ମାରିଲା ୮୪ଟି ମେଡିସିନ୍
ନବରଙ୍ଗପୁର ଉମରକୋଟ ସହକାରୀ କୃଷି ଅଧିକାରୀ ନୀଳକଣ୍ଠ ପରିଡ଼ା ଓ ଟେକ୍ନୋଲୋଜି ମ୍ୟାନେଜର ସୁରେନ୍ଦ୍ର ବୁନ୍ଦେଲା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡିଲେ
ଆତିଶୀ ହେବେ ଦିଲ୍ଲୀ ବିଧାନସଭାର ପ୍ରଥମ ମହିଳା ବିରୋଧୀ ଦଳ ନେତା
ଢ଼େଙ୍କାନାଳ: ଫାର୍ମହାଉସ ମାଲିକଙ୍କୁ ଗୁଳିକରି ହତ୍ୟା

‘ଦି ସାବରମତୀ ରିପୋର୍ଟ’ ଦେଖିବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଏକତା

0

ଭୁବନେଶ୍ବର: ହିନ୍ଦୀ ଚଳଚ୍ଚିତ୍ର ଓ ଧାରାବାହିକ ଜଗତର ଲୋକପ୍ରିୟ ପ୍ରଯୋଜିକା ତଥା ନିର୍ଦେଶିକା ଏକତା କପୁର ବିଧାନସଭାକୁ ଯାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି। ମଙ୍ଗଳବାର ଏକତା ଓଡ଼ିଶା ଆସି ବିଧାନସଭା ପରିସରରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଓ ସାବରମତି ରିପୋର୍ଟ ଫିଲ୍ମ ଦେଖିବା ପାଇଁ ମୋହନଙ୍କୁ ନିମନ୍ତ୍ରଣ ଜଣାଇଛନ୍ତି। ରାଜ୍ୟ ସରକାର ତାଙ୍କ ଚଳଚ୍ଚିତ୍ର ‘ଦି ସାବରମତୀ ରିପୋର୍ଟ’କୁ କର ଛାଡ଼ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ଜଣାଇଛନ୍ତି ଏକତା। ଏଥିସହ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମଣ୍ଡଳ ସଦସ୍ୟଙ୍କୁ ଚଳଚ୍ଚିତ୍ରଟି ଦେଖିବାକୁ ଅନୁରୋଧ କରଛନ୍ତି। ଏହାପରେ ସେ ଲିଙ୍ଗରାଜ ମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି।

ବିକ୍ରାନ୍ତ ମେସିଙ୍କ ଫିଲ୍ମ ‘ସାବରମତି ରିପୋର୍ଟ’ ଏବେ ଚର୍ଚ୍ଚାରେ। ଗୋଦ୍ରା ଘଟଣା ଉପରେ ଆଧାରିତ ଏହି ଚଳଚ୍ଚିତ୍ର ଦର୍ଶକଙ୍କ ଠାରୁ ଜବରଦସ୍ତ ରେସ୍‌ପନ୍ସ ମିଳୁଛି। ଏହି ଚଳଚ୍ଚିତ୍ରରେ ବିକ୍ରାନ୍ତଙ୍କ କାର୍ଯ୍ୟକୁ ମଧ୍ୟ ପ୍ରଶଂସା କରାଯାଉଛି। ଗୋଟିଏ ପରେ ଗୋଟିଏ ଭାଜପା ଶାସିତ ରାଜ୍ୟ ସତ୍ୟ ଘଟଣା ଉପରେ ଆଧାରିତ ଏହି ଫିଲ୍ମ ଉପରେ ଟିକସ ଛାଡ଼ ନେଇ ଘୋଷଣା କରିଛନ୍ତି। ଏହି କ୍ରମରେ ସାମିଲ ହୋଇଛନ୍ତି ରାଜ୍ୟର ମୋହନ ମାଝୀ ସରକାର। ଓଡ଼ିଶାରେ ସାବରମତୀ ରିପୋର୍ଟ ଟ୍ୟାକ୍ସ ଫ୍ରି ହୋଇଥିବା ନେଇ ଗୁରୁବାର ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଂଗ ଗୃହରେ ସୂଚନା ଦେଇଥିଲେ ।

Leave A Reply

Your email address will not be published.