ପ୍ରମୁଖ ଖବର

ରାଜଧାନୀ ଭୁବନେଶ୍ୱରରେ ଗଡ଼ିଲା ଡବଲ ଡେକର ବସ
ଏବେ ଡିଜିଟାଲ ପ୍ଲାଟଫର୍ମରେ ଲେଖିହେବ ସାନ୍ତାଳୀ ଲିପି
ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସମାଧି ପାଇଁ ଜାଗା ମଞ୍ଜୁର କଲେ କେନ୍ଦ୍ର ସରକାର
ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅରୁଣପୁର ଗାଁ ନିକଟରେ ଏକ ସିମେଣ୍ଟ ବୋଝେଇ ଟ୍ରକ ଧକ୍କାରେ ଜଣେ ୯ ବର୍ଷର ପୁଅ ଓ ବାପାଙ୍କ ମୃତ୍ୟୁ
ଫେବୃଆରୀ ୫ରେ ଦିଲ୍ଲୀ ଭୋଟ୍‌
ସଲମାନ ଖାନଙ୍କ ବାଲ୍‌କୋନୀରେ ଲାଗିଲା ବୁଲେଟ୍‌ ପ୍ରୁଫ୍‌ କାଚ
ହଂସିତା ଅଭିଲିପ୍ସାଙ୍କ ଘର ସହ ୧୨ଟି ସ୍ଥାନରେ ଆୟକର ବିଭାଗର ଚଢାଉ

୫ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

0

ଭୁବନେଶ୍ବର:ଆଜି ପୁଣି ୩ୟ ଥର ପାଇଁ ଓଡ଼ିଶା ଆସିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତାକାଲି ଆନ୍ତର୍ଜାତିକ ନୌସେନା ଦିବସ ପାଳନ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ମହାମହିମ। ମଙ୍ଗଳବାରଠାରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ମଙ୍ଗଳବାର ଅପରାହ୍ନ ୪.୫୦ରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଚନ୍ତି । ସେଠୁ ସିଧାସଳଖ ଚନ୍ଦ୍ରଶେଖରପୁରସ୍ଥିତ ନୀଳାଦ୍ରି ବିହାରରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିକୁ ଉଦ୍‌ଘାଟନ କରିଛନ୍ତି। ପରେ ରାଜଭବନରେ ରାତ୍ରି ଯାପନ କରିବାର କାର୍ଯ୍ୟକ୍ରମ ରହିଛି।
ବୁଧବାର ରାଷ୍ଟ୍ରପତି ପୁରୀ ଗସ୍ତ କରିବେ। ପୂର୍ବାହ୍ନ ୯ଟା ୪୫ରେ ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିବା ପରେ ପ୍ରଥମେ ମହାପ୍ରଭୁଙ୍କ ଦର୍ଶନ କରିବେ। ପରେ ଅପରାହ୍ନରେ ପୁରୀ ବେଳାଭୂମିରେ ଆୟୋଜିତ ନୌସେନା ଦିବସରେ ମୁଖ୍ୟଅତିଥି ଭାବେ ରାଷ୍ଟ୍ରପତି ସାମିଲ ହେବେ।

ଆସନ୍ତା ଡିସେମ୍ବର ୫ ତାରିଖରେ ରାଷ୍ଟ୍ରପତି ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ, ଭୁବନେଶ୍ୱରର ୪୦ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ସେହିଦିନ ସେ ଭୁବନେଶ୍ୱରରେ ନ୍ୟାୟିକ ଅଦାଲତର ନୂଆ ଅଟ୍ଟାଳିକାକୁ ଉଦଘାଟନ କରିବେ। ଡିସେମ୍ବର ୬ ତାରିଖରେ ରାଷ୍ଟ୍ରପତି ଉପରବେଡାଠାରେ ଛାତ୍ରଛାତ୍ରୀ ଓ ଗ୍ରାମବାସୀଙ୍କ ସହ ମତବିନିମୟ କରିବେ। ସେହିଦିନ ରାଇରଙ୍ଗପୁରଠାରେ ସେ ରାଇରଙ୍ଗପୁର ମହିଳା ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷୟିତ୍ରୀମାନଙ୍କ ସହ କଥା ହେବେ। ଡିସେମ୍ବର ୭ ତାରିଖରେ ରାଷ୍ଟ୍ରପତି ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁରମରା-ଚକୁଳିଆ; ଏବଂ ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳ ଲାଇନ୍; ଆଦିବାସୀ ଗବେଷଣା ଓ ବିକାଶ କେନ୍ଦ୍ର, ରାଇରଙ୍ଗପୁର; ଦାଣ୍ଡବୋଷ ବିମାନ ବନ୍ଦର, ରାଇରଙ୍ଗପୁର ଏବଂ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟ ସମେତ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ/ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି।

ତେବେ ଭୁବନେଶ୍ୱରରେ ସମସ୍ତ କାର୍ଯ୍ୟକ୍ରମକୁ ରାଷ୍ଟ୍ରପତି ଗାଡ଼ିରେ ଯାତାୟାତ କରିବେ। ତେଣୁ ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। ଏଥିପାଇଁ ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ବ୍ଲୁ ବୁକ୍‌ ଅନୁସାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସୁରକ୍ଷାରେ ୩ ଡିସିପି,୧୫ ଏଡିସିପି, ୪୫ ଏସିପି ରାଙ୍କ ଅଫିସରଙ୍କ ସମେତ ମୋଟ ୪୦ ପ୍ଲାଟୁନ୍‌ରୁ ଅଧିକ ଫୋର୍ସ ମୁତୟନ ରହିବେ। ଏଥିସହିତ ଟ୍ରାଫିକ କଟକଣା ମଧ୍ୟ ରହିଛି। ତେବେ ଏହା ପୂର୍ବରୁ କମିଶନରେଟ ପୋଲିସ ପକ୍ଷରୁ ରାଷ୍ଟ୍ରପତିଙ୍କ ଭୁବନେଶ୍ୱରରେ ରହିଥିବା ସମସ୍ତ କାର୍ଯ୍ୟକ୍ରମସ୍ଥଳ ରସ୍ତାରେ କାରକେଡ୍‌ ରିହର୍ସାଲ କରାଯାଇଛି।

Leave A Reply

Your email address will not be published.