ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଟ୍ରକ ଧକ୍କାରେ ସିକ୍ୟୁରିଟି ଗାର୍ଡ ମୃତ

0

ବଲାଙ୍ଗିର: ଅଳଙ୍କାର ଦୋକାନକୁ ମାଡ଼ିଗଲା ଟ୍ରକ। ଦୁର୍ଘଟଣାରେ ଜଣେ ସିକ୍ୟୁରିଟି ଗାର୍ଡଙ୍କ ମୃତ୍ୟୁ। ବଲାଙ୍ଗିର ଟାଉନ ଥାନା ପାଟଣା ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ମୃତ ସିକ୍ୟୁରିଟି ଗାର୍ଡ ଜଣଙ୍କ ହେଲେ ସିଦ୍ଧାର୍ଥ ପ୍ରଧାନ।

ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ସିଦ୍ଧାର୍ଥ ଅଳଙ୍କାର ଦୋକାନ ସମ୍ମୁଖରେ ଡ୍ୟୁଟି କରୁଥିଲେ। ଏହି ସମୟରେ ଏକ ଟ୍ରକ୍ ଆସି ସିଦ୍ଧାର୍ଥଙ୍କ ଉପରେ ମାଡ଼ି ଯାଇଥିଲା। ପରେ ଦୋକାନ ଉପରେ ଚଢ଼ିଯାଇଥିଲା। ସେଠାରେ ଥିବା ସ୍ଥାନୀୟ ଲୋକେ ସିଦ୍ଧାର୍ଥଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆଣି ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ନିଆଯାଇଥିଲା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ମୃତଦେହ ବ୍ୟବଚ୍ଛେଦ ପରେ ଆନ୍ଦୋଳନକାରୀ ମୃତଦେହକୁ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖ କଚେରୀ ଛକକୁ ଆଣି ରାସ୍ତାରୋକୋ କରିଛନ୍ତି।

ରାସ୍ତାରୋକୋ ସମୟରେ ପୋଲିସ ଓ ଆନ୍ଦୋଳନକାରୀ ମୁହାଁମୁହିଁ ହୋଇଛନ୍ତି। ପୋଲିସ ସହ ଆନ୍ଦୋଳନକାରୀ ଠେଲାପେଲା ହୋଇଛନ୍ତି। ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଆନ୍ଦୋଳନକାରୀମାନେ କହିଛନ୍ତି। ରାସ୍ତାରୋକ ଫଳରେ ଗାଡି ମଟର ଚଳାଚଳ ବାଧାପ୍ରାପ୍ତ ହୋଇଛି। ପୋଲିସ ଘଟଣାସ୍ଥଳରେ ଉପସ୍ଥିତ ରହି ସ୍ଥିତି ଉପରେ ନଜର ରଖିଛି। ବଲାଙ୍ଗୀର ଟାଉନ ପୋଲିସ ଉକ୍ତ ଟ୍ରକକୁ ଜବତ କରିବା ସହ ମାତାଲ ଡ୍ରାଇଭରଙ୍କୁ ଅଟକ ରଖିଛି। ଡ୍ରାଇଭର ଜଣକ ଅଙ୍କିତ କୁମାର ପାଣ୍ଡେ ଓ ସେ ବିହାରର ବୋଲି ଜଣାପଡିଛି। ଘଟଣାକୁ ନେଇ ମଙ୍ଗଳବାର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଉତ୍ତେଜନା ଦେଖାଦେଇଛି।

Leave A Reply

Your email address will not be published.