ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ନୌସେନା ଦିବସ ପାଇଁ ପୁରୀର ସମସ୍ତ ସ୍କୁଲ୍ ଛୁଟି

0

ପୁରୀ: ଆସନ୍ତାକାଲି ଅର୍ଥାତ୍‌ ୪ ତାରିଖରେ ପୁରୀ ବେଳାଭୂମୀରେ ନୌସେନା ଦିବସ ପାଳନ ହେବ। ପୁରୀ ବେଳାଭୂମିରେ ଶକ୍ତି ପ୍ରଦର୍ଶନ କରିବ ଭାରତୀୟ ନୌସେନା। ଏହି ଅବସରରେ ମୁଖ୍ୟଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ। ଏହାକୁ ନଜରରେ ରଖି ଆସନ୍ତାକାଲି ପୁରୀ ପୌରପାଳିକାର ସମସ୍ତ ସ୍କୁଲ୍ ବନ୍ଦ ରହିବ।

ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ସମସ୍ତ ସରକାରୀ ଓ ବେସରକାରୀ ପ୍ରାଥମିକ, ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ସ୍କୁଲ୍ ବନ୍ଦ ରହିବ। ଏଥିସହ ସହର ନିକଟବର୍ତ୍ତୀ ମଦର୍ସ ପବ୍ଲିକ ସ୍କୁଲ, ପ୍ରଭୁଶ୍ରୀ ଇଂଲିଶ ମିଡିୟମ୍ ସ୍କୁଲ, ଚନ୍ଦ୍ରଶେଖର ଏକାଡେମୀ, ସେଣ୍ଟ ଜାଭିୟର ସ୍କୁଲ ମଧ୍ୟ ବନ୍ଦ ରହିବ ବୋଲି ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ସିର୍ଦ୍ଧାଥ ଶଙ୍କର ସ୍ବାଇଁ।
ତେବେ ଏନସିଇଆରଟି ଦ୍ୱାରା ପରିଚାଳିତ ‘ପରଖ’ ପରୀକ୍ଷା ହେବ। ପରୀକ୍ଷାର୍ଥୀ ମାନେ ସକାଳ ୭ଟାରୁ ୧୨ ମଧ୍ୟରେ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଇପାରିବେ ବୋଲି ନିଷ୍ପତ୍ତି ହୋଇଛି।

ନୌସେନା ଦିବସରେ ପୁରୀ ବେଳାଭୂମିରେ ଶକ୍ତି ପ୍ରଦର୍ଶନ କରିବ ଭାରତୀୟ ନୌସେନା। ଏଥିରେ ୧୫ଟି ଜାହାଜ, ୪୦ଟି ଏୟାରକ୍ରାଫ୍ଟ ସାମିଲ ହେବେ ବୋଲି ଜଣାପଡିଛି। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । କଡା ସୁରକ୍ଷା ବଳୟ ଭିତରେ ରହିଛି ପୁରୀ ସହର। ସମୁଦ୍ରରେ ଜାହାଜ ସବୁ ଥିବାରୁ କେହି ପାଣିକୁ ନ ଯିବା ପାଇଁ ପରାମର୍ଶ ଦେଇଛନ୍ତି ଜିଲାପାଳ। ରାଷ୍ଟ୍ରପତି, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଅତିଥି ଭାବେ ଯୋଗଦେବା ସହ ଗଜପତି ମହାରାଜାଙ୍କୁ ଆସିବା ପାଇଁ ମଧ୍ୟ ନିମନ୍ତ୍ରଣ କରାଯାଇଛି ବୋଲି ଜିଲାପାଳ କହିଛନ୍ତି।

Leave A Reply

Your email address will not be published.