ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ଗିରଫ ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ

0

ଜୟପୁର: ଗିରଫ ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ର। ଭିଜିଲାନ୍ସ ଅଧିକାରୀମାନେ ଆଜି ବିଶ୍ୱନାଥଙ୍କୁ ଗିରଫ କରିଛନ୍ତି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା ଭିଜିଲାନ୍ସ। ଜୟପୁରରେ ଥିବା ତିନି ମହଲା ଘର, ଗଞ୍ଜାମ ବେଲଗୁଣ୍ଠାରେ ଥିବା ଦୁଇ ମହଲା ପୈତୃକ ଘର, ଭୁବନେଶ୍ୱର ନିଳାଦ୍ରୀ ବିହାର ସ୍ଥିତ ସମ୍ପର୍କୀୟ ଘରେ, ଜୟପୁର ବ୍ଲକରେ ଥିବା କାର୍ଯ୍ୟାଳୟ, ଜୟପୁର ମୁନିସିପାଲିଟିରେ ଥିବା କାର୍ଯ୍ୟାଳୟରେ ହୋଇଥିଲା ଚଢାଉ।

୨୦୧୬ ରୁ ନିୟମିତ ଚାକିରିରେ ଥିଲେ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ର। ଚଢ଼ାଉ ବେଳେ ୧ କୋଟି ଟଙ୍କାର ଜମା ଠାବ ହୋଇଥିଲା। ୧ କୋଟି ୫୫ ଲକ୍ଷ ଟଙ୍କାର ଘର ସହ ଦୁଇଟା କୋଠା ଓ ୧୮ ପ୍ଲଟର ମାଲିକ ବିଶ୍ୱନାଥ ପାତ୍ର। ସେହିପରି ଭୁବନେଶ୍ୱର ପ୍ରାଇମ ଲୋକେସନରେ ରହିଛି ୬ଟି ପ୍ଲଟ,ସହ ୮୫୦ ଗ୍ରାମ ସୁନା ଅଳଙ୍କାର ଠାବ କରିଥିଲା ଭିଜିଲାନ୍ସ। ୧୮୦୦ ଗ୍ରାମର ରୁପା ସହ ୭ ଲକ୍ଷ ୭୦ ହଜାର ଟଙ୍କାର ଘରକରଣ ସାମଗ୍ରୀ ଜବତ କରିଥିଲା ଭିଜିଲାନ୍ସ ଟିମ୍। ୨୦୧୧ ରେ ଆଡ଼ହକ ଆସିଷ୍ଟାଣ୍ଡ ଇଂଜିନିୟର ଭାବେ ଯୋଗ ଦେଇଥିଲେ। ସେତେବେଳେ ମାତ୍ର ୧୪ ହଜାର ଟଙ୍କା ଥିଲା ଦରମା। ୨୦୧୬ ରେ ଓପିଏସସି ଦେଇ ନିୟମିତ ହୋଇଥିଲେ। ତେବେ ୮ ବର୍ଷର ନିୟମିତ ଚାକିରିରେ ଅମାପ ସମ୍ପତ୍ତିର ମାଲିକ ଥିଲେ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ର।

Leave A Reply

Your email address will not be published.