ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ଭୂମିକମ୍ପରେ ଥରିଲା ମାଲକାନଗିରି

0

ମାଲକାନଗିରି: ଭୂମିକମ୍ପରେ ଥରିଲା ମାଲକାନଗିରି। ମାଲକାନଗିରି ଓ କୋରାପୁଟରେ ମୃଦୁ ଭୂମିକମ୍ପ ଅନୁଭୂତ। ଆଜି ସକାଳ ୭ଟା ୨୮ରେ ଭୂମିକମ୍ପ ଅନୁଭୂତ ହୋଇଛି। କୋରାପୁଟର ଦାମନଯୋଡି, ଛତିଶଗଡ ସୁକୁମା ଓ ବିଜାପୁରରେ ଏବଂ ତେଲେଙ୍ଗାନାରେ ବି ଭୂମିକମ୍ପ ଅନୁଭୂତ ହୋଇଛି। ମାତ୍ର ଦୁଇ ସେକେଣ୍ଡ ପାଇଁ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା। ଏହାକୁ ନେଇ ଲୋକେ ଭୟଭୀତ ହୋଇଯାଇଥିଲେ। ଭୂକମ୍ପର କେନ୍ଦ୍ରସ୍ଥଳ ତେଲେଙ୍ଗାନାର ମୁଲୁଗୁ ଜିଲ୍ଲାରେ ଥିବା ବେଳେ, ମୁଲୁଗୁରେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୩ ରହିଥିବା ଜଣାପଡିଛି।

ସେହିପରି ହାଇଦ୍ରାବାଦରେ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଭୟରେ ଲୋକେ ଘରୁ ବାହାରିଛନ୍ତି। ଭୂମିରୁ ୪୦ କିଲୋମିଟର ତଳେ ଭୂକମ୍ପର କେନ୍ଦ୍ରସ୍ଥଳ ଥିବା ଜଣାପଡିଛି। ଭୂମିକମ୍ପର ପ୍ରଭାବ ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଅନୁଭୂତ ହୋଇଥିବା ବେଳେ ଏହାକୁ ନେଇ ଲୋକେ କିଛି ସମୟ ପାଇଁ ଭୟଭୀତ ହୋଇଥିଲେ।

ସେପଟେ ମହାରାଷ୍ଟ୍ର ଓ ଛତିଶଗଡରେ ବି ଭୂକମ୍ପର ଝଟକା ଅନୁଭୂତ ହୋଇଛି। ତେବେ ମୃଦୁ ଭୂକମ୍ପ କାରଣରୁ କୌଣସି ପ୍ରକାରେ କ୍ଷୟକ୍ଷତି ହୋଇନଥିବା ସୂଚନା ରହିଛି। କିନ୍ତୁ ଏନେଇ ଆନୁଷ୍ଠନିକ ଭାବେ କୌଣସି ଘୋଷଣା କରାଯାଇ ନାହିଁ। ସୂଚନା ଥାଉକି, ଆମ ରାଜ୍ୟ ଓଡ଼ିଶାରେ ୧୪ଟି ଜିଲ୍ଲାକୁ ଭୂମିକମ୍ପ ଭୟ ରହିଛି। ସେ ମଧ୍ୟରୁ ଭୂସ୍ଖଳନ ପ୍ରବଣ ଅଞ୍ଚଳ ଅଟେ ଗଜପତି ଜିଲ୍ଲା। ୧୪ଟି ଜିଲ୍ଲା ହେଲା କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ଅନୁଗୋଳ, ଢେଙ୍କାନାଳ, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବାଲେଶ୍ବର, ମୟୂରଭଞ୍ଜ, ସୁନ୍ଦରଗଡ।

Leave A Reply

Your email address will not be published.