ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡନବିସ୍

0

ମୁମ୍ବାଇ: ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଦେବେନ୍ଦ୍ର ଫଡନବିସ୍। ଏହାସହ ସେ ତୃତୀୟ ଥର ପାଇଁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଆସନରେ ବସିଛନ୍ତି। ମୁମ୍ବାଇ ଆଜାଦ ମୈଦାନରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ତାଙ୍କୁ ଶପଥ ପାଠ କରାଇଛନ୍ତି। ଏହାସହ ଶିବସେନା (ସିନ୍ଦେ) ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଏବଂ ଏନସିପି (ଅଜିତ) ମୁଖ୍ୟ ଅଜିତ ପାଓ୍ବାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଏବଂ ବିଶିଷ୍ଠ ବ୍ୟକ୍ତି ଯୋଗ ଦେଇଥିଲେ।

ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରମୁଖ ଫଡନବିସଙ୍କ ଶପଥ ଗ୍ରହଣ ଉତ୍ସବରେ ସାମିଲ ହୋଇଥିଲେ। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ସାମିଲ ହୋଇଥିଲେ।

ସେହିପରି ଶପଥ ଗ୍ରହଣ ସମାରୋହରେ, କ୍ରିକେଟର ଭଗବାନ ସଚିନ, କିଙ୍ଗ ଖାନ ଶାହରୁଖ, ଭାଇଜାନ ସଲମାନ ଏବଂ ସଞ୍ଜୟ ଦତ୍ତ ଭଳି ସେଲିବ୍ରିଟ ସାମିଲ ହୋଇଥିଲେ । ସେହିଭଳି ଶିଳ୍ପ ଜଗତରୁ ଆଦିତ୍ୟ ବିର୍ଲା ଗ୍ରୁପର ଚେୟାରମ୍ୟାନ କୁମାର ମଙ୍ଗଲମ ବିର୍ଲାଙ୍କୁ ମଧ୍ୟ ଦେଖିବାକୁ ମିଳିଥିଲା ।

Leave A Reply

Your email address will not be published.