ପ୍ରମୁଖ ଖବର

MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା: ଗଛରେ ପିଟିହେଲା ବସ୍‌, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ

ଜୀବନ ନେଲା ଅନ୍‌ଲାଇନ୍ ଗେମ୍

0

ଭୁବନେଶ୍ବର: ଅନ୍‌ଲାଇନ୍ ଗେମ୍ ହେଲା କାଳ, ଆତ୍ମହତ୍ୟା କଲେ ଯୁବକ। ଅନ୍‌ଲାଇନ୍‌ ଗେମ୍‌ ଖେଳି ଋଣଭାରରେ ବୁଡି ଜୀବନ ହାରିଛନ୍ତି ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ରାଜଧାନୀର ଲିଙ୍ଗରାଜ ଥାନା ଅନ୍ତର୍ଗତ ତିନିମୁଣ୍ଡିଆ ଛକ ଅଞ୍ଚଳରେ ଘଟଣା ଘଟିଛି। ଘରେ ଫାଶି ଲଗାଇ ଆତ୍ମହତ୍ୟା କରିଛନ୍ତି ଯୁବକ।

ମୃତ ଯୁବକ ହେଉଛନ୍ତି ଶଶିକାନ୍ତ ମହାପାତ୍ର (୨୨) । ଯୁବକ ଜଣକ ଘରେ ଫାଶି ଲଗାଇ ଆତ୍ମହତ୍ୟା କରିଥିବା ବେଳେ ତାଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.