ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଡିସେମ୍ବର ୧୫ ରୁ ସୋଆରେ ଆରମ୍ଭ ହେବ ଓଡ଼ିଶା ଓପନ୍ ଏବଂ ୧୫ ତମ ଆନ୍ତର୍ଜାତିକ ଗ୍ରାଣ୍ଡ ମାଷ୍ଟର ଚେସ୍ ଉତ୍ସବ

0

ଭୁବନେଶ୍ୱର, ଡିସେମ୍ବର ୫: ଆସନ୍ତା ଡିସେମ୍ବର ୧୫ ତାରିଖରୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଓଡ଼ିଶା ଓପନ୍ ଏବଂ ୧୫ତମ ଆନ୍ତର୍ଜାତିକ ଗ୍ରାଣ୍ଡ ମାଷ୍ଟର୍ସ ଚେସ୍ ଉତ୍ସବ ଆୟୋଜିତ ହେବାକୁ ଯାଉଛି। ୮ ଦିନ ଧରି ହେଉଥିବା ଏହି ପ୍ରତିଯୋଗିତାରେ ୨୫ଟି ଦେଶର ପ୍ରାୟ ୭୦୦ ପ୍ରତିଯୋଗୀ ୩ ଟି ବିଭିନ୍ନ କ୍ୟାଟେଗୋରୀରେ ଭାଗ ନେବେ।

ଅଲ୍ ଓଡ଼ିଶା ଚେସ୍ ଆସୋସିଏସନ୍ (ଏଓସିଏ) ଦ୍ୱାରା ଆୟୋଜିତ ଏହି ପ୍ରତିଯୋଗିତା ସୋଆ, ରୋଟାରୀ ଇନ୍‌ଟରନ୍ୟାସ୍‌ନାଲ ଏବଂ ଏମ୍‌ପ୍ରିଓ ଗ୍ରୁପ୍‌ର ମିଳିତ ସହଯୋଗରେ ଅନୁଷ୍ଠିତ ହେବ। ଏହି ଟୁର୍ଣ୍ଣାମେଂଟରେ ମୋଟ ପୁରସ୍କାର ରାଶି ୪୦ ଲକ୍ଷ ଟଙ୍କା ରଖାଯାଇଛି ବୋଲି ଗୁରୁବାର ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଟୁର୍ଣ୍ଣାମେଂଟର ଅର୍ଗାନାଇଜିଂ ଚେୟାରମ୍ୟାନ୍ ଡାକ୍ତର ଅବିନାଶ ସାମଲ୍ କହିଛନ୍ତି।

ଏଓସିଏର ସଚିବ ତଥା ଟୁର୍ଣ୍ଣାମେଂଟର ନିର୍ଦ୍ଦେଶକ ଥିବା ଶ୍ରୀ ଭଟ୍ଟ ଏହି ଅବସରରେ କହିଛନ୍ତି ଯେ ‘ଏ’ କ୍ୟାଟେଗୋରୀରେ ୧୯୦୦ କିମ୍ବା ତଦୁର୍ଦ୍ଧ ଏଲୋ ରେଟିଂ ଥିବା ପ୍ରାୟ ୧୨୦ ଜଣ ଖେଳାଳୀ ଭାଗ ନେଉଥିôବା ବେଳେ କ୍ୟାଟେଗୋରୀ ‘ବି’ରେ ୧୯୦୦ ରୁ କମ୍ ଏଲୋ ରେଟିଂ ଥିବା ଖେଳାଳୀ ଏବଂ କ୍ୟାଟେଗୋରୀ ‘ସି’ରେ ୧୬୦୦ ଏଲୋ ରେଟିଂରୁ କମ୍ ଥିବା ଖେଳାଳୀ ପ୍ରତିଯୋଗିତାରେ ସାମିଲ ହେବେ। କ୍ୟାଟେଗୋରୀ ‘ଏ’ର ମୋଟ ପୁରସ୍କାର ରାଶି ୨୫ ଲକ୍ଷ ଟଙ୍କା ରହିଥିବା ବେଳେ ସର୍ବାଧିକ ପୁରସ୍କାର ସାଢ଼େ ୫ ଲକ୍ଷ ଟଙ୍କା ରଖାଯାଇଛି। ସେହିପରି କ୍ୟାଟେଗୋରୀ ‘ବି’ ଏବଂ କ୍ୟାଟେଗୋରୀ ‘ସି’ ନିମନ୍ତେ ସାଢ଼େ ସାତ ଲକ୍ଷ ଟଙ୍କା ଲେଖାଏଁ ରଖାଯାଇଥିବା ସେ କହିଛନ୍ତି।

ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୋଆର ଛାତ୍ର ମଙ୍ଗଳ ଡିନ୍ ତଥା ଅର୍ଗାନାଇଜିଂ କମିଟିର ସହ ଅଧ୍ୟକ୍ଷ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ସୋଆର ସ୍ପନ୍ସରଡ ରିସର୍ଚ୍ଚ ଆଣ୍ଡ ଇଣ୍ଡଷ୍ଟ୍ରିଆଲ୍ କନ୍‌ସଲ୍‌ଟାନ୍ସି (ଏସ୍‌ଆର୍‌ଆଇସି)ର ଡିନ୍ ପ୍ରଫେସର ପି.କେ. ପାତ୍ର, ଏଓସିଏର କୋଷାଧ୍ୟକ୍ଷ ଶ୍ରୀ ଶଙ୍କର ପ୍ରସାଦ ମିଶ୍ର, ଇନ୍‌ଟରନ୍ୟାସ୍‌ନାଲ୍ ଆର୍‌ବିଟର ଶ୍ରୀ ତାପସ କୁମାର ମହାନ୍ତି, ଏଓସିଏର ଏଗ୍‌ଜିକ୍ୟୁଟିଭ୍ କମିଟିର ସଦସ୍ୟ ଶ୍ରୀ ସୁର୍ଯ୍ୟକାନ୍ତ ବିଶୋଇ ପ୍ରମଖ ଉପସ୍ଥିତ ଥିଲେ ।

ସୋଆର ଦ୍ୱିତୀୟ କ୍ୟାମ୍ପସ୍‌ରେ ଆୟୋଜିତ ହେବାକୁ ଥିବା ଏହି ଟୁର୍ଣ୍ଣାମେଂଟରେ ବର୍ତମାନ ସୁଦ୍ଧା ବୋସ୍‌ନିଆ, କଲମ୍ବିଆ, ଫ୍ରାନ୍ସ, କାଜାକ୍‌ସ୍ତାନ,ପାରାଗୁଏ, ୟୁଏସ୍‌ଏ, ଭିଏତନାମ୍‌, ବେଲାରୁସ, ଇଜିପ୍ଟ, ଫିଲିପାଇନ୍ସ, ଋଷିଆ, ସ୍ଲୋଭାକିଆ ଓ ଭାରତର ଚେସ୍ ଖେଳାଳୀମାନେ ଭାଗ ନେବେ । ଏମାନଙ୍କ ମଧ୍ୟରୁ ୭୦ ଜଣ ପ୍ରତିଯୋଗୀ ଟାଇଟଲ୍ ହୋଲ୍‌ଡର ବୋଲି ଶ୍ରୀ ଭଟ୍ଟ କହିଛନ୍ତି ।

Leave A Reply

Your email address will not be published.