ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ପାଠ ଖାଲି ଚାକିରି ପାଇଁ ନୁହେଁ, ଶିକ୍ଷିତ ହେବା ପାଇଁ ଆବଶ୍ୟକ: ରାଷ୍ଟ୍ରପତି

0

ରାଇରଙ୍ଗପୁର: ଜନ୍ମମାଟି ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ନିଜ ଜନ୍ମମାଟି ରାଇରଙ୍ଗପୁରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବା ପାଇଁ ନିଜ ଜନ୍ମମାଟିର ଲୋକଙ୍କ ମଧ୍ୟରେ ଅନେକ ଉତ୍ସାହ ପରିଲକ୍ଷିତ ହୋଇଛି। ଏପରିକି ସେମାନେ ନିଜ ଗାଁର ଝିଅ ତଥା ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବା ପାଇଁ ଘର ଆଗରେ ଝୋଟି ଚିତା ପକାଇଛନ୍ତି।

ଗସ୍ତ ସମୟରେ ରାଇରଙ୍ଗପୁର ଉପରବେଡ଼ା ଉପ୍ରା ବିଦ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। କାର୍ଯ୍ୟକ୍ରମରେ ଯୋଗ ଦେବା ସହ ଅଭିଭାଷଣରେ ପିଲାଙ୍କୁ ମନ ଦେଇ ପାଠ ପଢ଼ିବାକୁ ପରାମର୍ଶ ଦେଇଛନ୍ତି ମହାମହିମ। ପାଠ କେବଳ ଚାକିରି ପାଇଁ ନୁହେଁ ବରଂ ଶିକ୍ଷିତ ହେବା ପାଇଁ ମଧ୍ୟ ଆବଶ୍ୟକ। ସମାଜରେ ବଡ଼ ହେବାକୁ ହେଲେ, ପ୍ରଥମେ ନାଁକୁ ବଢ଼ାଇବାକୁ ପଡ଼େ। ଏବେ ପାଠପଢ଼ା ପାଇଁ ବହୁତ ସୁବିଧା ହେଲାଣି। ବହୁତ ସହଯୋଗ ମଧ୍ୟ ମିଳୁଛି। ତେଣୁ ମନ ଦେଇ ପାଠ ପଢିଲେ ଭବିଷ୍ୟତ ଉଜ୍ଜ୍ୱଳ ହେବ ବୋଲି କହିଛନ୍ତି ମହାମହିମ। ସେ ଆହୁରି ମଧ୍ୟ କହିଛନ୍ତି ଯେ, ଏକତ୍ରିତ ହୋଇ ରହିଲେ ସବୁ ସମସ୍ୟାର ସମାଧାନ ମିଳେ। ପିଲା ନଆସିଲେ କାରଣ କ’ଣ ବୁଝିବାକୁ ପ୍ରତ୍ୟକ ପିଲାଙ୍କ ଘରକୁ ଶିକ୍ଷକ ଯାଆନ୍ତୁ। ସେମାନଙ୍କୁ ବୁଝା ସୁଝା କରି ଅଣାନ୍ତୁ ବୋଲି କହିଛନ୍ତି ରାଷ୍ଟ୍ରପତି।

ସୂଚନାଯୋଗ୍ୟ, ୨ ଦିନିଆ ଜନ୍ମମାଟି ମୟୁରଭଞ୍ଜ ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ମହାମହିମଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୁରା ଅଂଚଳକୁ ସୁସଜ୍ଜିତ କରାଯାଇଛି। ଏଥିସହିତ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରିଛି ଜିଲ୍ଲା ପ୍ରଶାସନ। ମହାମହିମଙ୍କ ସୁରକ୍ଷା ପାଇଁ ବିଭିନ୍ନ ସ୍ଥାନରେ ୪୦ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ରହିଛନ୍ତି। ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ଯେପରି କୌଣସି ତ୍ରୁଟି ନହୁଏ ଏପ୍ରତି ସ୍ବତନ୍ତ୍ର ଦୃଷ୍ଟି ରଖାଯାଇଥିବା ପୋଲିସ ପ୍ରଶାସନ କହିଛି।

ଉପରବେଡ଼ା ଉପ୍ରା ବିଦ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବା ପରେ ଉରବେଡା ସ୍ଥିତ ନିଜ ବାସଭବନକୁ ଯିବେ ମହାମହିମ। ପରେ ସେ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ସାମିଲ ହେବେ। ବାଙ୍ଗିରିପୋଷି ଠାରେ ୩ଟି ରେଳ ପ୍ରକଳ୍ପ ଯେପରିକି ବାଙ୍ଗିରିପୋଷି-ଗୋରୁମହିସାଣି, ବୁଢ଼ାମରା-ଚକୁଳିଆ ଏବଂବାଦାମପାହାଡ଼-କେନ୍ଦୁଝରର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ। ସେଥିପାଇଁ ରେଳ ବିଭାଗ ପକ୍ଷରୁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚି ଥିବା ବେଳେ, ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିଛନ୍ତି ଅତିରିକ୍ତ ପୁଲିସ ମହାନିର୍ଦ୍ଦେଶକ ରାଜେଶ କୁମାର।

Leave A Reply

Your email address will not be published.