ପ୍ରମୁଖ ଖବର

ଜମ୍ମୁ ବିମାନବନ୍ଦରରେ ରକେଟ୍‌ ଆକ୍ରମଣ, ୮ କ୍ଷେପଣାସ୍ତ୍ର ନଷ୍ଟ କଲା ଭାରତ
ମା’ ତାରାତାରିଣୀ ପୀଠର ବିକାଶ ପାଇଁ ୬୮ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱରରେ ହେବ ସାଇନ୍ସ ସିଟି
କେନ୍ଦ୍ର ସରକାରଙ୍କ କଡା ନିର୍ଦ୍ଦେଶ, ଓଟିଟି ପ୍ଲାଟଫର୍ମରୁ ହଟିବ ପାକିସ୍ତାନୀ କଣ୍ଟେଣ୍ଟ
ଭାରତର ୫ ରାଫେଲ ଖସାଇବା ମିଛ କହି ଲଜ୍ଜିତ ହେଲେ ପାକ୍ ପ୍ରତିରକ୍ଷା ମନ୍ତ୍ରୀ
ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଉଡ଼ାଣ
ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ୍; ୬ମୃତ
ଓଡ଼ିଶା ଆସିବେନି ଶାହା, ସ୍ଥଗିତ ରହିଲା କାର୍ଯ୍ୟକ୍ରମ
ଓଡ଼ିଶା ଓ୍ବେବସାଇଟ୍‌କୁ ହ୍ୟାକ୍‌ କଲା ପାକିସ୍ତାନ

ଅପରିବର୍ତ୍ତିତ ରହିଲା ରେପୋ ରେଟ୍, ବଢ଼ିବନି ଇଏମ୍ଆଇ

0

ନୂଆଦିଲ୍ଲୀ: ରେପୋ ହାରକୁ ନେଇ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଅପରିବର୍ତ୍ତିତ ରହିଲା ରେପୋ ରେଟ୍। ଲଗାତାର ୧୧ ଥର ପାଇଁ ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ରେପୋ ରେଟ୍‌କୁ ୬.୫ ପ୍ରତିଶତରେ ସ୍ଥିର ରଖିଛି ଭାରତୀୟ ରିଜର୍ଭ ବ୍ୟାଙ୍କ । ଫଳରେ ଅର୍ଥ ଲୋନ ଇଏମ୍ଆଇ ରେ କୌଣସି ପରିବର୍ତ୍ତନ ହେବନି। ଏନେଇ ସୂଚନା ଦେଇଛନ୍ତି ଆରବିଆଇ ଗଭର୍ଣ୍ଣର ତଥା ଏମପିସି ଅଧ୍ୟକ୍ଷ ଶକ୍ତିକାନ୍ତ ଦାସ।

ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ଆଜି ଲଗାତାର ୧୧ମ ଥର ପାଇଁ ରେପୋ ରେଟକୁ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିଛି ଆରବିଆଇ। ୨୦୨୩ ଫେବୃଆରୀରୁ ରେପୋ ରେଟ ଅପରିବର୍ତ୍ତିତ ରହିଛି। ଫଳରେ ଇଏମଆଇରେ ବୃଦ୍ଧି ଘଟିବନି। ଇଏମଆଇ ବଢିବ ନାହିଁ କି ହ୍ରାସ ଘଟିବ ନାହିଁ। ଏହାଫଳରେ ଗ୍ରାହକଙ୍କ ଉପରେ ଋଣ ବୋଝ ପଡିବିନି। ଲୋନ ନେଇ ଇଏମଆଇରେ ଦେଉଥିଲେ ଏହା ବୃଦ୍ଧି ପାଇବନି। ରେପୋ ରେଟ୍‌କୁ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ନିଆଯାଇଥିବା ନେଇ ଏମପିସି ବୈଠକରେ କହିଛନ୍ତି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ।

ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ତାଙ୍କ କାର୍ଯ୍ୟକାଳର ଶେଷ ମୁଦ୍ରା ନୀତି ଘୋଷଣା କରିବାବେଳେ କହିଛନ୍ତି ଯେ ରେପୋ ହାରକୁ ଅପରିବର୍ତ୍ତିତ ରଖିବା ଉଚିତ ବୋଲି ଅଧିକାଂଶ ସଦସ୍ୟ ନିଷ୍ପତ୍ତି ନେଇଛନ୍ତି। ଟାର୍ଗେଟରେ ମୁଦ୍ରାସ୍ଫୀତି ଆଣିବା ଉପରେ ଧ୍ୟାନ ଦିଆଯିବ ବୋଲି MPC ନିଷ୍ପତ୍ତି ନେଇଛି। ସେଥିପାଇଁ ରେପୋ ରେଟ୍ ବର୍ତ୍ତମାନ ପରିବର୍ତନ କରାଯାଉନାହିଁ।

Leave A Reply

Your email address will not be published.