ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

୩ ଟି ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ରାଷ୍ଟ୍ରପତି

0

ମୟୂରଭଞ୍ଜ: ମୟୂରଭଞ୍ଜ ବାଙ୍ଗିରିପୋଷିରେ ୩ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାଙ୍ଗିରିପୋଷି-ଗୋରୁମହିଷାଣି, ବୁଡ଼ାମରା-ନ୍ୟୁ ଜାମଶୋଳା ଓ ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳ ଲାଇନର ଭିତ୍ତିପ୍ରସ୍ତର ସ୍ଥାପନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ l ଏହି ଲାଇନ୍ ଆଦିବାସୀ ବହୁଳ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ସଂଯୋଗ କରିବ। ଏହି ରେଳ ସଂଯୋଗୀକରଣ ଫଳରେ ବ୍ୟବସାୟ, ଟୁରିଜିମ୍, ଓ ଆର୍ଥିକ କ୍ଷେତ୍ରରେ ବିକାଶ ହେବ ବୋଲି ଆଶା ରଖିଛନ୍ତି ଜିଲ୍ଲାବାସୀ। ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେଇଥିଲେ ।

ରାଜ୍ୟରେ ପ୍ରଥମ କରି ସିଧାସଳଖ ଜାତୀୟ ରାଜପଥକୁ ସଂଯୋଗ କରିଛି ଏହି ରେଳଷ୍ଟେସନ୍। ଦ୍ଵିତୀୟ ପ୍ରବେଶ ଦ୍ୱାରରେ ଟିକେଟ୍ କାଉଣ୍ଟର ସହ ସଂପୂର୍ଣ୍ଣ ବାଧ୍ୟତାମୂଳକ ଭବନ ପରିସର, ଓଏସଓପି ଷ୍ଟଲ ଓ ଅତ୍ୟାଧୁନିକ ଫୁଡ୍ କୋର୍ଟ ରହିଛି। ପ୍ରଶସ୍ତ ପାର୍କିଂ ସୁବିଧା ସହ ଉପଯୁକ୍ତ ଭାବେ ପ୍ଲାନ୍ କରାଯାଇଥିବା ଅଞ୍ଚଳ ରହିଛି। ଯାତ୍ରୀମାନଙ୍କ ସୁଗମ ଯାତାୟତ ପାଇଁ ଏସ୍କାଲେଟର, ଶିଡ଼ି, ଲିଫ୍ଟ କରାଯାଇଛି। ଯାତ୍ରୀମାନଙ୍କ ଆରାମ ପାଇଁ ପ୍ରଶସନ୍ତ ପ୍ରତିକ୍ଷା ସ୍ଥଳର ବ୍ୟବସ୍ଥା ମଧ୍ୟ କରାଯାଇଛି। ସେହିପରି ବାଲେଶ୍ବର ରେଳ ଷ୍ଟେସନ୍‌ରେ ଫୁଟ୍ ଓଭରବ୍ରିଜ୍‌ର ମଧ୍ୟ ଲୋକାର୍ପଣ ହେବ। ରେଲୱେ ଟ୍ରାକ୍ ପାରି ହେବା ପାଇଁ ନିରାପଦ ଓ ସୁବିଧାଜନକ ବ୍ୟବସ୍ଥା ହୋଇଛି।

ଏହାପରେ ଭର୍ଚ୍ଚୁଆଲ ମୋଡରେ ରାଇରଙ୍ଗପୁରରେ ଆଦିବାସୀ ରିସର୍ଚ୍ଚ ସେଣ୍ଟର, ରାଇରଙ୍ଗପୁର ଦାଣ୍ଡବୋଷ ବିମାନବନ୍ଦର ଉନ୍ନତୀକରଣ ଓ ରାଇରଙ୍ଗପୁର ଉପଖଣ୍ଡସ୍ତରୀୟ ଡାକ୍ତରଖାନାରେ ଏକ ନୂତନ କୋଠା ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ରହିଛି। ବାଙ୍ଗରିପୋଷି ସଭାସ୍ଥଳରୁ ବାହାରି ବାୟୁସେନାର ହେଲିକ୍ୟାପ୍ଟର ଯୋଗେ ପଶ୍ଚିମବଙ୍ଗ କଲେଇକୁଣ୍ଡା ଏୟାରବେସରେ ପହଞ୍ଚି ସେଠାରୁ ବିମାନ ଯୋଗେ ନୂଆଦିଲ୍ଲୀକୁ ଯାତ୍ରା କରିବେ।

୫ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଶୁକ୍ରବାର ନିଜ ଜନ୍ମମାଟି ରାଇରଙ୍ଗପୁର ଯାଇଥିଲେ। ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ପାଇଁ ନିଜ ଜନ୍ମମାଟିର ଲୋକଙ୍କ ମଧ୍ୟରେ ଅନେକ ଉତ୍ସାହ ପରିଲକ୍ଷିତ ହୋଇଥିଲା। ଗତକାଲି ମହାମହିମ ମହୁଲଡିହାସ୍ଥିତ ନିଜ ବାସଭବନରେ ରାତ୍ରୀଯାପନ ସହିତ ରାତ୍ରୀଭୋଜନ କରିଥିଲେ । ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ମହାମହିମଙ୍କ ଘର ସମ୍ମୁଖରେ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା । ଏସବୁ ଭିତରେ କିଛି ସମ୍ପର୍କୀୟ ଓ କିଛି ଆତ୍ମୀୟ ସ୍ବଜନ ମହାମହିମଙ୍କୁ ତାଙ୍କ ବାସଭବନରେ ଭେଟିଥିଲେ ।

Leave A Reply

Your email address will not be published.