ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଗିରଫ ହେଲେ ସମ୍ବଲପୁର ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ୍‌

0

ସମ୍ବଲପୁର:ଗିରଫ ହେଲେ ସମ୍ବଲପୁର ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ୍‌ ରେବତୀ ରମଣ ଯୋଶୀ। ଆୟଠୁ ଅଧିକ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ସମ୍ବଲପୁର ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ୍‌ ରେବତୀ ରମଣ ଯୋଶୀଙ୍କୁ ଶନିବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ଶନିବାର ବିଳମ୍ବିତ ରାତି ଯାଏ ସମ୍ବଲପୁର ଭିଜିଲାନ୍ସ ଏସପିଙ୍କ ଅଫିସରେ ତାଙ୍କୁ ପଚରାଉଚରା ସହ କାଗଜପତ୍ର ଯାଞ୍ଚ ହୋଇଥିଲା। କ୍ୱାର୍ଟର୍ସରୁ ଜବତ ୧୪ ଲକ୍ଷ ୭୧ ହଜାର ଟଙ୍କା କେଉଁଠୁ ଆସିଲା, ସେନେଇ ସନ୍ତୋଷଜନକ ଉତ୍ତର ଦେଇ ପାରି ନାହାନ୍ତି ଏସିଏଫ୍‌।
ଗତକାଲି ଦିନ ତମାମ ତାଙ୍କ ସରକାରୀ ବାସଭବନ ଓ ଅନ୍ୟାନ୍ୟ ସ୍ଥାନରେ ରେଡ ଚାଲିଥିଲା। ସମ୍ବଲପୁର ଟାଉନରୁ ଏକ ୩ ମହଲା ସମେତ ୩ କୋଠା ଠାବ ହୋଇଛି। ଭୁବନେଶ୍ୱରରେ ଗୋଟିଏ, ସମ୍ବଲପୁର ଟାଉନରୁ ମିଳିଛି ୩ଟି ଫ୍ଲାଟ। ସମ୍ବଲପୁର ଓ ବରଗଡ଼ରୁି ୭ଟି ପ୍ଲଟ ଓ ୧୫୦ ଗ୍ରାମ ସୁନା ଠାବ ହୋଇଛ।

ଦୁର୍ନୀତି ନିବାରଣ ବିଭାଗର ୩ ଜଣ ଭିଏସପି, ୧୦ ଜଣ ଇନ୍ସପେକ୍ଟର ଓ ଅନ୍ୟ କର୍ମଚାରୀଙ୍କ ପକ୍ଷରୁ ସ୍ବତନ୍ତ୍ର ଭିଜିଲାନ୍ସ ବିଚାରପତି, ସମ୍ବଲପୁରଙ୍କ ଦ୍ବାରା ଜାରି ସର୍ଚ୍ଚ ୱାରେଣ୍ଟ ବଳରେ ସମ୍ବଲପୁର ଓ ବରଗଡ଼ର ବିଭିନ୍ନ ସ୍ଥାନରେ ଚଢାଉ ଜାରି ରହିଥିଲା। ସେଥିମଧ୍ୟରେ ଯୋଶୀଙ୍କ ସମ୍ବଲପୁରର ଡିଅର ପାର୍କରେ ଥିବା ସରକାର କ୍ୱାର୍ଟର୍ସ, ସମ୍ବଲପୁର କାର୍ଯ୍ୟାଳୟ ଚାମ୍ବର, ସମ୍ବଲପୁରର ଅଇଁଠାପାଲିସ୍ଥିତ ତାଙ୍କର ତିନି ମହଲା କୋଠା, ସମ୍ବଲପୁର ବ୍ରିଜଧାମମ ହାଉସିଂ ସୋସାଇଟି, କାହ୍ନେୟା ବ୍ଲକରେ ସ୍ଥାନ ଫ୍ଲାଟ ନମ୍ବର ଜି-୫, ଓ ଜି-୬, ସମ୍ବଲପୁର ଫାର୍ମ ରୋଡ, ସିଟି ପ୍ରାଇଡ ଆପାର୍ଟମେଣ୍ଟ ବିଲଡିଂ ଫ୍ଲାଟ ନମ୍ବର ଏ-୪୦୬, ସମ୍ବଲପୁର-ଝିରସୁଗୁଡା ରାସ୍ତା ସମ୍ବଲପୁରର ମାଲିପାଲିରେ ଏକ ମହଲା ବିଶିଷ୍ଟ ବ୍ୟବସାୟିକ କୋଠା, ବରଗଡ଼ ଜିଲା ପଦ୍ମପୁରର ଥିବା ଏକ ମହଲା କୋଠା, ବରଗଡ଼ ଜିଲା ବିଜେପୁର ବଲଣ୍ଡା ଯୋଶୀଙ୍କ ପୈତୃକ ଘର ଅନ୍ତର୍ଭୁକ୍ତ। ଚଢ଼ାଉ ବେଳେ ପ୍ରାଥମିକ ପର୍ଯାୟରେ ଯୋଶୀଙ୍କ ସମ୍ବଲପୁରର ଡିଅର ପାର୍କସ୍ଥିତ ସରକାର କ୍ୱାର୍ଟର୍ସରୁ ନଗଦ ୧୪.୫ ଲକ୍ଷ ଟଙ୍କା ଜବତ କରାଯାଇଥିଲା।

Leave A Reply

Your email address will not be published.