ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ରାଜ୍ୟର ସବୁ ଜିଲ୍ଲାରେ ଖୋଲିବ ମେଡିକାଲ କଲେଜ : ସ୍ୱାସ୍ଥ୍ୟ ମନ୍ତ୍ରୀ

0

ଭୁବନେଶ୍ବର; ସୋମବାର ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବିଧାନସଭାରେ କହିଛନ୍ତି ଏକ ବଡ ଘୋଷଣା କରିଛନ୍ତି। ରାଜ୍ୟରେ ସ୍ୱାସ୍ଥ୍ୟ ସେବାରେ ହେବ ବଡ ପରିବର୍ତ୍ତନ। ରାଜ୍ୟର ସବୁ ଜିଲ୍ଲାରେ ଖୋଲିବ ମେଡିକାଲ କଲେଜ। ମନ୍ତ୍ରୀ କହିଛନ୍ତି, ଭଦ୍ରକ ସମେତ ୩୦ ଜିଲାରେ ମେଡିକାଲ କଲେଜ ଖୋଲିବା ସହ ମେଡିକାଲ ରିକ୍ରୁଟମେଣ୍ଟ ପ୍ରକ୍ରିୟାରେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନରେ ୨ଟି ସଂଶୋଧନ କରାଯାଇଛି।

ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି ଯେ ରାଜ୍ୟରେ ସବୁ ଜିଲ୍ଲାରେ ମେଡିକାଲ କଲେଜ ଖୋଲିବା ଆମ ସଂକଳ୍ପ ପତ୍ରରେ ଥିଲା। ଲୋକଙ୍କୁ ଉନ୍ନତମାନର ଚିକିତ୍ସା ଯୋଗାଇଦେବା ପାଇଁ ସବୁ ଜିଲ୍ଲାରେ ମେଡିକାଲ କଲେଜ ଖୋଲିବା ଜରୁରୀ। ୨୦୧୪ ପରଠୁ ଯେତେସବୁ ୧୦୦ ବେଡ୍ ବିଶିଷ୍ଟ ମେଡିକାଲ କଲେଜ ଖୋଲିଛି ସେଥିପାଇଁ ୨୫୦ରୁ ୩୦୦ କୋଟି ଖର୍ଚ୍ଚ କରାଯାଉଛି। ଏହା ସହିତ ମେଡିକାଲ ଗୁଡ଼ିକରେ ଯେଉଁ ଡାକ୍ତରଙ୍କ ଅଭାବ ରହିଛି, ତାହାକୁ ମଧ୍ୟ ପୂରଣ କରିବା ଜରୁରୀ। ତେଣୁ ଖୁବଶୀଘ୍ର ୫ ହଜାର ଡାକ୍ତର ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରକାଶ ପାଇବ। ଏଥିସହ ୩ ହଜାର ପାରାମେଡିକାଲ ଷ୍ଟାଫ୍ ନିଯୁକ୍ତି ପାଇଁ ମଧ୍ୟ ବିଜ୍ଞାପନ ବାହାରିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

Leave A Reply

Your email address will not be published.