ପ୍ରମୁଖ ଖବର

ଅପରାଧୀଙ୍କୁ ମିଳିବ କଡ଼ା ଜବାବ, ସହିଦ ହେବାକୁ ବି ପ୍ରସ୍ତୁତ: ଡିଜିପି
ଏସ୍‌ବିଆଇର ତଥ୍ୟ ଲିକ୍‌: ଡାର୍କ ୱେବ୍‌ରେ ୩.୭୫ ଲକ୍ଷ ରେକର୍ଡ, ତଦନ୍ତ ଆରମ୍ଭ
ଟାଇଗର ଶ୍ରଫଙ୍କ ଉପରକୁ ଗୁଳିମାଡ଼ ମାମଲା: ଆଉ ୪ ଗିରଫ
୨୦୨୯ ସୁଦ୍ଧା ନିଶାମୁକ୍ତ ଭାରତ ଲକ୍ଷ୍ୟ: ଅମିତ ଶାହ

ରାଜ୍ୟର ସବୁ ଜିଲ୍ଲାରେ ଖୋଲିବ ମେଡିକାଲ କଲେଜ : ସ୍ୱାସ୍ଥ୍ୟ ମନ୍ତ୍ରୀ

0

ଭୁବନେଶ୍ବର; ସୋମବାର ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବିଧାନସଭାରେ କହିଛନ୍ତି ଏକ ବଡ ଘୋଷଣା କରିଛନ୍ତି। ରାଜ୍ୟରେ ସ୍ୱାସ୍ଥ୍ୟ ସେବାରେ ହେବ ବଡ ପରିବର୍ତ୍ତନ। ରାଜ୍ୟର ସବୁ ଜିଲ୍ଲାରେ ଖୋଲିବ ମେଡିକାଲ କଲେଜ। ମନ୍ତ୍ରୀ କହିଛନ୍ତି, ଭଦ୍ରକ ସମେତ ୩୦ ଜିଲାରେ ମେଡିକାଲ କଲେଜ ଖୋଲିବା ସହ ମେଡିକାଲ ରିକ୍ରୁଟମେଣ୍ଟ ପ୍ରକ୍ରିୟାରେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନରେ ୨ଟି ସଂଶୋଧନ କରାଯାଇଛି।

ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି ଯେ ରାଜ୍ୟରେ ସବୁ ଜିଲ୍ଲାରେ ମେଡିକାଲ କଲେଜ ଖୋଲିବା ଆମ ସଂକଳ୍ପ ପତ୍ରରେ ଥିଲା। ଲୋକଙ୍କୁ ଉନ୍ନତମାନର ଚିକିତ୍ସା ଯୋଗାଇଦେବା ପାଇଁ ସବୁ ଜିଲ୍ଲାରେ ମେଡିକାଲ କଲେଜ ଖୋଲିବା ଜରୁରୀ। ୨୦୧୪ ପରଠୁ ଯେତେସବୁ ୧୦୦ ବେଡ୍ ବିଶିଷ୍ଟ ମେଡିକାଲ କଲେଜ ଖୋଲିଛି ସେଥିପାଇଁ ୨୫୦ରୁ ୩୦୦ କୋଟି ଖର୍ଚ୍ଚ କରାଯାଉଛି। ଏହା ସହିତ ମେଡିକାଲ ଗୁଡ଼ିକରେ ଯେଉଁ ଡାକ୍ତରଙ୍କ ଅଭାବ ରହିଛି, ତାହାକୁ ମଧ୍ୟ ପୂରଣ କରିବା ଜରୁରୀ। ତେଣୁ ଖୁବଶୀଘ୍ର ୫ ହଜାର ଡାକ୍ତର ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରକାଶ ପାଇବ। ଏଥିସହ ୩ ହଜାର ପାରାମେଡିକାଲ ଷ୍ଟାଫ୍ ନିଯୁକ୍ତି ପାଇଁ ମଧ୍ୟ ବିଜ୍ଞାପନ ବାହାରିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

Leave A Reply

Your email address will not be published.