ପ୍ରମୁଖ ଖବର

କୋଟିପତି ଡେପୁଟି ରେଞ୍ଜର ଗିରଫ
ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ; ବଦଳି ହେଲେ ୬ ଅଧିକାରୀ
ବିନା ସିସିଟିଭିରେ ଔଷଧ ବିକିପାରିବେନି ଦୋକାନୀ
ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା, ନିଲମ୍ବିତ ଅଧ୍ୟାପକଙ୍କ ଜେଲ୍ ଅବଧି ବୃଦ୍ଧି
ଲାଞ୍ଚ ଅଭିଯୋଗରେ ଡାକ୍ତରଙ୍କୁ ୫ ବର୍ଷ ଜେଲ

ସଞ୍ଜୟ ମାଲହୋତ୍ରା ହେବେ ଆରବିଆଇ ନୂଆ ଗଭର୍ଣ୍ଣର

0

ନୂଆଦିଲ୍ଲୀ; ନୂଆ ଗଭର୍ଣ୍ଣର ଭାବେ ନିଯୁକ୍ତି ପାଇଛନ୍ତି ସଞ୍ଜୟ ମାଲହୋତ୍ରା। ରାଜସ୍ବ ସଚିବ ସଞ୍ଜୟ ମାଲହୋତ୍ରା ଭାରତର ରିଜର୍ଭ ବ୍ୟାଙ୍କ(ଆରବିଆଇ)ର ନୂତନ ଗଭର୍ନର ହେବାକୁ ଯାଉଛନ୍ତି। ଆରବିଆଇ ଗଭର୍ନର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ୧୦ ଡିସେମ୍ବରରେ ଶେଷ ହେଉଛି। ତାଙ୍କ ସ୍ଥାନରେ ସଞ୍ଜୟଙ୍କୁ ନିଯୁକ୍ତି ଦିଆଯାଇଛି। ବର୍ତ୍ତମାନ ଦେଶର ରାଜସ୍ୱ ସଚିବ ଭାବେ କାମ କରୁଥିବା ସଞ୍ଜୟ ଆସନ୍ତା ବୁଧବାରରୁ ଆରବିଆଇର ଗଭର୍ଣ୍ଣର ଭାବେ ଦାୟିତ୍ୱ ଗ୍ରହଣ କରିବେ।

ସଞ୍ଜୟ ମାଲହୋତ୍ରା ୧୯୯୦ ବ୍ୟାଚ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ) ରାଜସ୍ଥାନ କ୍ୟାଡରର ଅଧିକାରୀ। ସେ ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି, କାନପୁରରୁ କମ୍ପ୍ୟୁଟର ସାଇନ୍ସରେ ସ୍ନାତକୋତ୍ତର ଡିଗ୍ରୀ ଏବଂ ଆମେରିକାର ପ୍ରିନ୍ସଟନ ୟୁନିଭରସିଟିରୁ ପବ୍ଲିକ ପଲିସିରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି।

୩୩ ବର୍ଷରୁ ଅଧିକ ସମୟ ଧରି ତାଙ୍କ କ୍ୟାରିୟରରେ ନେତୃତ୍ୱ ଏବଂ ଉତ୍କର୍ଷତା ପ୍ରଦର୍ଶନ କରି ସଞ୍ଜୟ ଶକ୍ତି, ଅର୍ଥ ଏବଂ ଟିକସ, ସୂଚନା ପ୍ରଯୁକ୍ତିବିଦ୍ୟା, ଖଣି ଇତ୍ୟାଦି ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରିଛନ୍ତି। ବର୍ତ୍ତମାନ ସେ ଅର୍ଥ ମନ୍ତ୍ରଣାଳୟରେ ସଚିବ (ରାଜସ୍ବ) ଅଟନ୍ତି। ତାଙ୍କର ପୂର୍ବ କାର୍ଯ୍ୟରେ ସେ ଭାରତ ସରକାରଙ୍କ ଅର୍ଥ ମନ୍ତ୍ରଣାଳୟ ଅଧୀନରେ ଆର୍ଥିକ ସେବା ବିଭାଗରେ ସଚିବ ଭାବରେ କାର୍ଯ୍ୟ କରିଥିଲେ।
ଆରବିଆଇ ଗଭର୍ଣ୍ଣର ଭାବେ ଏବେ ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ କାର୍ଯ୍ୟ କରୁଛନ୍ତି। ତାଙ୍କ କାର୍ଯ୍ୟକାଳ ଆସନ୍ତାକାଲି ଶେଷ ହେଉଛି। ସେ ୨୦୧୮ରୁ ଆରବିଆଇ ଗଭର୍ଣ୍ଣର ଭାବେ କାର୍ଯ୍ୟ କରି ଆସୁଥିଲେ। ଏବେ ତାଙ୍କ ସ୍ଥାନରେ ଆସନ୍ତା ୩ ବର୍ଷ ପାଇଁ ସଞ୍ଜୟ ଆରବିଆଇ ଗଭର୍ଣ୍ଣର ଭାବେ କାମ କରିବେ।

Leave A Reply

Your email address will not be published.