ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ସଞ୍ଜୟ ମାଲହୋତ୍ରା ହେବେ ଆରବିଆଇ ନୂଆ ଗଭର୍ଣ୍ଣର

0

ନୂଆଦିଲ୍ଲୀ; ନୂଆ ଗଭର୍ଣ୍ଣର ଭାବେ ନିଯୁକ୍ତି ପାଇଛନ୍ତି ସଞ୍ଜୟ ମାଲହୋତ୍ରା। ରାଜସ୍ବ ସଚିବ ସଞ୍ଜୟ ମାଲହୋତ୍ରା ଭାରତର ରିଜର୍ଭ ବ୍ୟାଙ୍କ(ଆରବିଆଇ)ର ନୂତନ ଗଭର୍ନର ହେବାକୁ ଯାଉଛନ୍ତି। ଆରବିଆଇ ଗଭର୍ନର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ୧୦ ଡିସେମ୍ବରରେ ଶେଷ ହେଉଛି। ତାଙ୍କ ସ୍ଥାନରେ ସଞ୍ଜୟଙ୍କୁ ନିଯୁକ୍ତି ଦିଆଯାଇଛି। ବର୍ତ୍ତମାନ ଦେଶର ରାଜସ୍ୱ ସଚିବ ଭାବେ କାମ କରୁଥିବା ସଞ୍ଜୟ ଆସନ୍ତା ବୁଧବାରରୁ ଆରବିଆଇର ଗଭର୍ଣ୍ଣର ଭାବେ ଦାୟିତ୍ୱ ଗ୍ରହଣ କରିବେ।

ସଞ୍ଜୟ ମାଲହୋତ୍ରା ୧୯୯୦ ବ୍ୟାଚ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ) ରାଜସ୍ଥାନ କ୍ୟାଡରର ଅଧିକାରୀ। ସେ ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି, କାନପୁରରୁ କମ୍ପ୍ୟୁଟର ସାଇନ୍ସରେ ସ୍ନାତକୋତ୍ତର ଡିଗ୍ରୀ ଏବଂ ଆମେରିକାର ପ୍ରିନ୍ସଟନ ୟୁନିଭରସିଟିରୁ ପବ୍ଲିକ ପଲିସିରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି।

୩୩ ବର୍ଷରୁ ଅଧିକ ସମୟ ଧରି ତାଙ୍କ କ୍ୟାରିୟରରେ ନେତୃତ୍ୱ ଏବଂ ଉତ୍କର୍ଷତା ପ୍ରଦର୍ଶନ କରି ସଞ୍ଜୟ ଶକ୍ତି, ଅର୍ଥ ଏବଂ ଟିକସ, ସୂଚନା ପ୍ରଯୁକ୍ତିବିଦ୍ୟା, ଖଣି ଇତ୍ୟାଦି ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରିଛନ୍ତି। ବର୍ତ୍ତମାନ ସେ ଅର୍ଥ ମନ୍ତ୍ରଣାଳୟରେ ସଚିବ (ରାଜସ୍ବ) ଅଟନ୍ତି। ତାଙ୍କର ପୂର୍ବ କାର୍ଯ୍ୟରେ ସେ ଭାରତ ସରକାରଙ୍କ ଅର୍ଥ ମନ୍ତ୍ରଣାଳୟ ଅଧୀନରେ ଆର୍ଥିକ ସେବା ବିଭାଗରେ ସଚିବ ଭାବରେ କାର୍ଯ୍ୟ କରିଥିଲେ।
ଆରବିଆଇ ଗଭର୍ଣ୍ଣର ଭାବେ ଏବେ ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ କାର୍ଯ୍ୟ କରୁଛନ୍ତି। ତାଙ୍କ କାର୍ଯ୍ୟକାଳ ଆସନ୍ତାକାଲି ଶେଷ ହେଉଛି। ସେ ୨୦୧୮ରୁ ଆରବିଆଇ ଗଭର୍ଣ୍ଣର ଭାବେ କାର୍ଯ୍ୟ କରି ଆସୁଥିଲେ। ଏବେ ତାଙ୍କ ସ୍ଥାନରେ ଆସନ୍ତା ୩ ବର୍ଷ ପାଇଁ ସଞ୍ଜୟ ଆରବିଆଇ ଗଭର୍ଣ୍ଣର ଭାବେ କାମ କରିବେ।

Leave A Reply

Your email address will not be published.