ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ରାଜ୍ୟ ସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ସୁଜିତ କୁମାର

0

ଭୁବନେଶ୍ବର: ଭାଜପାରୁ ରାଜ୍ୟ ସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ସୁଜିତ କୁମାର। ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର ଓ ୩୦ ଜଣ ବିଧାୟକ ପ୍ରସ୍ତାବକଙ୍କ ଉପସ୍ଥିତରେ ସୁଜିତ କୁମାର ନାମାଙ୍କନ ଭରିଛନ୍ତି।

ଆସନ୍ତାକାଲି ନାମାଙ୍କନ ଦାଖଲ ଶେଷ ତାରିଖ ଥିବା ବେଳେ ୨୦ ତାରିଖରେ ରାଜ୍ୟସଭା ଉପ ନିର୍ବାଚନ ରହିଛି। ୧୧ ତାରିଖ ନାମାଙ୍କନ ଯାଞ୍ଚ ହେବ ଓ ୧୩ ତାରିଖ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି। ସେପ୍ଟେମ୍ବର ୬ ତାରିଖରେ ସୁଜିତ କୁମାର ରାଜ୍ୟ ସଭା ସଦସ୍ୟ ପଦରୁ ଇସ୍ତଫା ଦେବା ସହ ବିଜେଡିରୁ ମଧ୍ୟ ଇସ୍ତଫା ଦେଇଥିଲେ। ପରେ ସେ ଭାଜପାରେ ମିଶିଥିଲେ। ନାମାଙ୍କନ ଭରିବା ପୂର୍ବରୁ ସୁଜିତ କହିଥିଲେ, ପଶ୍ଚିମ ଏଂ ଦକ୍ଷିଣ ଓଡ଼ିଶାର ବିକାଶକୁ ପ୍ରାଧାନ୍ୟ ଦିଆଯିବ। ଭାଜପା ତାଙ୍କ ଉପରେ ଆସ୍ଥା ପ୍ରକଟ କରି ପୁଣିଥରେ ଟିକେଟ ଦେଇଥିବାରୁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଧନ୍ୟବାଦ ଜଣାଇଥିଲେ।

ବିଧାନସଭାରେ ସଂଖ୍ୟା ଦୃଷ୍ଟିରୁ ଓଡ଼ିଶାର ରାଜ୍ୟସଭା ଆସନ ବିଜେପି ଖାତାକୁ ଯିବ। ତେବେ ଆସନ୍ତାକାଲି ନାମାଙ୍କନର ଶେଷ ଦାଖଲ ତାରିଖ ରହିଛି। ଏପର୍ଯ୍ୟନ୍ତ କଂଗ୍ରେସ ଓ ବିଜେଡି ପକ୍ଷରୁ କେହି ନାମାଙ୍କନ ଦାଖଲ କରି ନାହାନ୍ତି।

Leave A Reply

Your email address will not be published.