ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

ଶ୍ରମିକଙ୍କ ଉପରେ ମାଡ଼ିଗଲା ବସ, ୩ ମୃତ

0

ଢେଙ୍କାନାଳ: ଢେଙ୍କାନାଳରେ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ଖଇରାମୁଣ୍ଡା ଗାଁ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ଅନ୍ତର୍ଗତ ନାଉପାଳକାଟେଣୀ ଗାଁର ସାଗର ପ୍ରଧାନ, ପିନୁ ସାହୁ ଏବଂ ସୁମନ୍ତ ପରିଡା। ୩ ଜଣ ଯାକ ରାସ୍ତା ପାର ହେଉଥିବା ବେଳେ କାମାକ୍ଷାନଗରରୁ ତାଳଚେର ଯାଉଥିବା ଭୋଳାନାଥ ନାମକ ଯାତ୍ରିବାହୀ ବସ ସେମାନଙ୍କୁ ଧକ୍କା ଦେଇଥିଲା l

ଜଣେ ବ୍ୟକ୍ତିଙ୍କର ଛାତ ପଡ଼ିବାକୁ ଥିବାବେଳେ ଏହି ୩ ଜଣ ଏକ ବାଇକ୍ ଯୋଗେ ରଡ଼ ବାଇଣ୍ଡିଙ୍ଗ କରିବା ପାଇଁ ଖଇରାମୁଣ୍ଡା ଗାଁକୁ ଯାଉଥିଲେ। ଏହି ସମୟରେ ଭୋଳାନାଥ ନାମକ ଯାତ୍ରୀବାହୀ ବସ୍‌ଟି ସେମାନଙ୍କ ଉପରେ ମାଡିଯାଇଥିଲା। ଘଟଣାସ୍ଥଳରେ ସାଗରଙ୍କ ମୃତ୍ୟୁ ହୋଇଥିବା ବେଳେ ପିନୁ ଏବଂ ସୁମନ୍ତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି।

ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଘଟଣାସ୍ଥଳରେ ସରାଙ୍ଗ ଫାଣ୍ଡି ପୋଲିସ ପହଞ୍ଚି ବସକୁ ଅଟକ ରଖି ପଚାର ଉଚରା ଜାରି ରଖିଛି। ଅନ୍ୟପଟେ ମୃତକୟଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ୫୩ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ ସ୍ଥାନୀୟ ବାସିନ୍ଦା l କାମାକ୍ଷାନଗରରୁ ଅନଗୁଳ ଯାତାୟାତ ଠପ ହୋଇଥିଲା। ଘଟଣାସ୍ଥଳରେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ପହଂଚି ଲୋକଙ୍କୁ ବୁଝାସୁଝା କରିଛନ୍ତି।

Leave A Reply

Your email address will not be published.