ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଗିରଫ ହେଲେ ଖଣ୍ଡଗିରି ସବ୍‌ ରେଜିଷ୍ଟ୍ରାରର କନିଷ୍ଠ କିରାଣି

0

ଭୁବନେଶ୍ୱର: ୨୦ ହଜାର ଟଙ୍କା ଲାଞ୍ଚ ନେଇ ବନ୍ଧା ହେଲେ ଭୁବନେଶ୍ୱର ଖଣ୍ଡଗିରି ସବ୍‌ ରେଜିଷ୍ଟ୍ରାର କାର୍ଯ୍ୟାଳୟର କନିଷ୍ଠ କିରାଣି (ଜୁନିୟର୍‌ କ୍ଲର୍କ) ଦେବଯାନୀ କର । ଭୁବନେଶ୍ୱର ଖଣ୍ଡଗିରି ସବ୍‌ ରେଜିଷ୍ଟ୍ରାର କାର୍ଯ୍ୟାଳୟର କନିଷ୍ଠ କିରାଣି ଦେବଯାନୀ କରଙ୍କୁ ମଙ୍ଗଳବାର ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ଜଣେ ଆଇନଜୀବୀଙ୍କଠୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସୋମବାର କନିଷ୍ଠ କିରାଣି ଦେବଯାନୀ ଭିଜିଲାନ୍ସ ଜାଲରେ ଧରାପଡ଼ିଥିଲେ।

ମିଳିଥିବା ସୂଚନା ଅନୁଯାୟୀ, ସ୍ଥାନୀୟ ଅଞ୍ଚଳର ଜଣେ ବ୍ୟକ୍ତି ତାଙ୍କ ପୈତୃକ ଜମିର ଅଂଶ ବିକ୍ରି ସମ୍ପର୍କିତ କାଗଜପତ୍ର କରିବାକୁ ସବ୍‌ ରେଜିଷ୍ଟ୍ରାର୍‌ ଅଫିସରେ ଆବେଦନ କରିଥିଲେ। ଜମି କାଗଜପତ୍ର ବାବଦକୁ ଦେବଜାନି କାମ ପାଇଁ ଜମି ମାଲିକଙ୍କ ବ୍ୟକ୍ତିଗତ ଓକିଲଙ୍କୁ ୨୦ହଜାର ଟଙ୍କା ମାଗିଥିଲେ। । ଲାଞ୍ଚ ଟଙ୍କା ନ ଦେଲେ କାମ ଆଗେଇବ ନାହିଁ ବୋଲି ଦେବଯାନୀ ରୋକଠୋକ୍‌ ଶୁଣାଇ ଦେଇଥିଲେ। ଏନେଇ ଆଇନଜୀବୀ ଜଣଙ୍କ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ।

ଭୁବନେଶ୍ୱର ଭିଜିଲାନ୍ସ ଥାନା ପକ୍ଷରୁ ଏନେଇ ଏକ ମାମଲା(ନଂ.୨୬/୨୦୨୪) ରୁଜୁ କରାଯାଇ ତଦନ୍ତ ଆରମ୍ଭ ହୋଇଥିଲା। ଏଥିସହ ଦେବଯାନୀଙ୍କୁ ଧରିବାକୁ ପ୍ରସ୍ତୁତି ଆରମ୍ଭ ହୋଇଥିଲା। ଭିଜିଲାନ୍ସ ଅଧିକାରୀମାନେ ସାକ୍ଷୀଙ୍କ ଉପସ୍ଥିତିରେ ଲାଞ୍ଚ ଟଙ୍କା ଜବତ କରିଥିଲେ। ଏପରିକି ଭିଜିଲାନ୍ସ ପକ୍ଷରୁ ଦେବଯାନୀଙ୍କ ଭୁବନେଶ୍ୱର ଓଲ୍‌ଡ ଟାଉନସ୍ଥିତ ବାସଭବନ ଓ ସବ୍‌ ରେଜିଷ୍ଟ୍ରାର ଅଫିସରେ ଯାଞ୍ଚ କରାଯାଇଥିଲା। ଯାଞ୍ଚ ବେଳେ ଅଫିସରୁ ୧୫ ଲକ୍ଷ ୮ହଜାର ୫୫୦ ନଗଦ ଟଙ୍କା ଠାବ ହୋଇଥିଲା।

ସବ୍‌ ରେଜିଷ୍ଟ୍ରାର୍‌ ଅଫିସରୁ ଏତେ ପରିମାଣର ଟଙ୍କା ଠାବ ହେବାକୁ ନେଇ ଚର୍ଚ୍ଚା ସୃଷ୍ଟି ହୋଇଥିବା ବେଳେ ଏନେଇ କର୍ମଚାରୀମାନଙ୍କୁ ଭିଜିଲାନ୍ସ ଅଧିକାରୀମାନେ ପଚରାଉଚରା କରିଛନ୍ତି। ଏହି ଟଙ୍କାର ଉତ୍ସ ଖୋଜିବାରେ ସହଯୋଗ କରିବାକୁ କଟକସ୍ଥିତ ନିବନ୍ଧକ ମହାନିରୀକ୍ଷକ (ଆଇଜିଆର୍‌)ଙ୍କ କାର୍ଯ୍ୟାଳୟର ଜଣେ ବରିଷ୍ଠ ଅଧିକାରୀଙ୍କୁ ଡକାଯାଇଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଇଛି।

Leave A Reply

Your email address will not be published.