ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଉପରାଷ୍ଟ୍ରପତି ଧନଖଡ଼ଙ୍କ ବିରୋଧରେ ଅବିଶ୍ୱାସ ପ୍ରସ୍ତାବ ଆଣିଲେ ବିରୋଧୀ

0

ନୂଆଦିଲ୍ଲୀ: ସଂସଦର ଶୀତକାଳୀନ ଅଧିବେଶନରେ ରାଜ୍ୟସଭା ଅଧ୍ୟକ୍ଷ ତଥା ଉପ-ରାଷ୍ଟ୍ରପତି ଜଗଦ୍ବୀପ ଧନଖଡଙ୍କ ବିରୋଧରେ ଆସିଲା ଅନାସ୍ଥା ପ୍ରସ୍ତାବ। ଗୃହ ପରିଚାଳନାରେ ପକ୍ଷପାତିତା ଅଭିଯୋଗରେ କଂଗ୍ରେସ ନେତୃତ୍ବାଧୀନ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ ଏହି ଅନାସ୍ଥା ପ୍ରସ୍ତାବ ଆଗତ କରିଛି। ଶାସକ ଏବଂ ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ଉଭୟ ସଦନ ଲୋକସଭା ଓ ରାଜ୍ୟ ସଭାକାର୍ଯ୍ୟ ପ୍ରଣାଳୀ ପ୍ରଭାବିତ ହୋଇଛି। ଆଜି ରାଜ୍ୟସଭା ପ୍ରସୋଡିଂ ପୁଣି ସ୍ଥଗିତ ରଖାଯାଇଛି।

ସୂଚନାଯୋଗ୍ୟ, ରାଜ୍ୟ ସଭା ଅଧ୍ୟକ୍ଷଙ୍କ କାର୍ଯ୍ୟକାରିତା ଉପରେ କ୍ରୋଧିତ ବିରୋଧୀ, ଅଧ୍ୟକ୍ଷଙ୍କ ବିରୋଧରେ ଏକ ଅବିଶ୍ୱାସ ପ୍ରସ୍ତାବ ଆଣିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ପ୍ରସ୍ତାବରେ ବାଚସ୍ପତି ଗୃହରେ ପାର୍ଟି କାର୍ଯ୍ୟ କରୁଥିବା ଅଭିଯୋଗ ହୋଇଛି। ଏଥିପାଇଁ ବିରୋଧୀ ଧାରା ୬୭(ବି) ଅନୁଯାୟୀ ଗୃହରେ ଏକ ଅବିଶ୍ୱାସ ପ୍ରସ୍ତାବ ଉପସ୍ଥାପନ କରିଥିଲେ। ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନଖରଙ୍କ ବିରୋଧରେ ଅବିଶ୍ୱାସ ପ୍ରସ୍ତାବରେ ପ୍ରାୟ ୭୦ବିରୋଧୀ ଏମପି ଦସ୍ତଖତ କରିଛନ୍ତି। ଯେଉଁଥିରେ କଂଗ୍ରେସ, ତ୍ରୁଣମୂଳ କଂଗ୍ରେସ, ଆମ ଆଦମୀ ପାର୍ଟି, ସମାଜବାଦି ପାର୍ଟି ଏବଂ ଅନ୍ୟାନ୍ୟ ଛୋଟ ଦଳ ମଧ୍ୟ ଏହି ପ୍ରସଙ୍ଗରେ ଏକଜୁଟ ହୋଇଛନ୍ତି।

ପୂର୍ବରୁ ବିରୋଧୀ ମଧ୍ୟ ମୌସୁମୀ ଅଧିବେଶନରେ ବାଚସ୍ପତିଙ୍କ ବିରୋଧରେ ଏକ ଦସ୍ତଖତ ଅଭିଯାନ ଆରମ୍ଭ କରିଥିଲେ। କିନ୍ତୁ ସେତେବେଳେ କୌଣସି ପଦକ୍ଷେପ ନ ନେବାକୁ ନିଷ୍ପତ୍ତି ନିଆଯାଇଥିଲା, କିନ୍ତୁ ବର୍ତ୍ତମାନ ପୁଣି ଥରେ ଇଣ୍ଡିଆ ମେଣ୍ଟର ଅନେକ ନେତା ଅଧ୍ୟକ୍ଷ ଜଗଦୀପ ଧନଖଡ଼ଙ୍କ ବିରୋଧରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଏବଂ ଏକ ଅବିଶ୍ୱାସ ପ୍ରସ୍ତାବ ଆଣିବାକୁ ନିଷ୍ପତ୍ତି ନେଇଛନ୍ତି। ବିରୋଧୀ ସଦସ୍ୟମାନେ ରାଜ୍ୟ ସଭା ଅଧ୍ୟକ୍ଷଙ୍କୁ ପକ୍ଷପାତିତା ଦେଖାଇଥିବା ଅଭିଯୋଗ କରିଛନ୍ତି।

Leave A Reply

Your email address will not be published.