ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଡିସେମ୍ବର ୩୧ରେ ଛାତ୍ରୀଛାତ୍ରଙ୍କୁ ମିଳିବ ମାଧୋସିଂ ହାତ ଖର୍ଚ୍ଚ

0

ଭୁବନେଶ୍ବର: ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଡିସେମ୍ବର ୩୧ରେ ଏସ୍‌ସି,ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ମିଳିବ ମାଧୋସିଂ ହାତ ଖର୍ଚ୍ଚ। ବରଗଡ଼ ଜିଲା ଘେଁସରେ ଶୁଭାରମ୍ଭ ହେବ କାର୍ଯ୍ୟକ୍ରମ।ରାଜ୍ୟସ୍ତରୀୟ ଭାରତୀୟ ଭାଷା ଉତ୍ସବରେ ମୁଖ୍ୟମନ୍ତ୍ରୀ ଏହା ଘୋଷଣା କରିଛନ୍ତି।

ଏହି ଯୋଜନାରେ ଉପକୃତ ହେବେ ୩ ଲକ୍ଷ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀ। ଏହି ଯୋଜନାରେ ନବମ ଓ ଏକାଦଶ ଛାତ୍ରଛାତ୍ରୀଙ୍କୁ ବାର୍ଷିକ ମିଳିବ ୫ହଜାର ଟଙ୍କାର ଆର୍ଥିକ ସହାୟତା। ଏହି ଯୋଜନା ପାଇଁ ୧୫୬ କୋଟି ଟଙ୍କା ଅଧିକ ଖର୍ଚ୍ଚ ହେବ। ସରକାରଙ୍କ ଏପରି ଯୋଜନାରେ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ଡ୍ରପଆଉଟରୋକାଯାଇପାରିବ ବୋଲି ଆଶା ବ୍ୟକ୍ତ କରିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ। ବିିଶେଷ କରି ବିଚ୍ଛିନ୍ନାଞ୍ଚଳରେ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀ ଆର୍ଥିକ ସମସ୍ୟା ଭେଗୁଥିବାରୁ ସେମାନେ ଅର୍ଥାଭାବରୁ ଅଧାରୁ ପାଠ ପଢା ଛାଡିଦେଉଥିବା ଲକ୍ଷ୍ୟ କରାଯାଉଛି।

Leave A Reply

Your email address will not be published.