ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ଦୂତୀ ଚାନ୍ଦଙ୍କ କାରକୁ ଧକ୍କା ଦେଲା ଟ୍ରକ

0

ମଧୁପାଟଣା: ଦୂତୀ ଚାନ୍ଦଙ୍କ କାରକୁ ଧକ୍କା ଦେଲା ଟ୍ରକ। କଟକ ମଧୁପାଟଣା ଥାନା ନିକଟ ବ୍ରିଜ ତଳ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି। ଓଭରଟେକ୍ ବେଳେ ଦୂତୀ ଚାନ୍ଦଙ୍କ କାରକୁ ଧକ୍କାଦେଲା ଟ୍ରକ୍। ଦୂତି ସୁରକ୍ଷିତ ଥିବାବେଳେ ତାଙ୍କ କାର୍‌ କ୍ଷତିଗ୍ରସ୍ତ ହୋଇଛି । ଥାନାରେ ଅଭିଯୋଗ ପରେ ମଧୁପାଟଣା ପୋଲିସ ଟ୍ରକ ଚାଳକ କ୍ରିଷ୍ଣା ବୈଠାକୁ ଥାନାରେ ଅଟକ ରଖି ତଦନ୍ତ କରୁଛି।

ଅଭିଯୋଗ ଅନୁଯାୟୀ, ଦୂତି କୌଣସି କାର୍ଯ୍ୟକ୍ରମରେ ଯୋଗଦେଇ ଯାଜପୁରରୁ ଭୁବନେଶ୍ୱର ଅଭିମୁଖେ କାର୍‌ରେ ଆସୁଥିଲେ। ମଧୁପାଟଣା ନିକଟରେ ତାଙ୍କ କାରକୁ ଏକ ଟ୍ରକ୍‌ ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ଟ୍ରକ୍‌ ଚାଳକ ତାଙ୍କୁ ଦୁର୍ବ୍ୟବହାର କରି ଖସି ଯିବାକୁ ଉଦ୍ୟମ କରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଧରିଲେ ଦୂତି। ଖବରପାଇ ମଧୁପାଟଣା ପୋଲିସ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ଜବତ କରିବା ସହ ଚାଳକଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି। ଦୂତି ଚାନ୍ଦ ସୁରକ୍ଷିତ ଥିବା ବେଳେ ତାଙ୍କ କାର୍ କ୍ଷତିଗ୍ରସ୍ତ ହୋଇଛି। କାରକୁ ଧକ୍କା ଦେବା ସହ ଟ୍ରକ୍ ଡ୍ରାଇଭର ତାଙ୍କୁ ଗାଳିଗୁଳଜ ସହ ଦୁର୍ବ୍ୟବହାର କରିଥିବା ଥାନାରେ ଅଭିଯୋଗ କରିଛନ୍ତି ଦୂତି।

Leave A Reply

Your email address will not be published.