ପ୍ରମୁଖ ଖବର

ଦୁବାଇରୁ ସୁରକ୍ଷିତ ସ୍ୱଦେଶ ଫେରିଲେ ପିଭି ସିନ୍ଧୁ
ହୋଲି ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ, ୮୫ ସ୍ଥାନରେ ହେବ ଚେକିଂ
ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ଦିଲୀପ ରାୟ
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ବର
କେନ୍ଦୁଝର ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କେ.ପି ଉନ୍ନିକୃଷ୍ଣନଙ୍କ ପରଲୋକ
ରାଜ୍ୟସଭା ନିର୍ବାଚନ, ପ୍ରାର୍ଥୀ ଘୋଷଣା କଲା ବିଜେପି

ଅଲ୍ଲୁ ଅର୍ଜୁନ ଗିରଫ

0

ହାଇଦ୍ରାବାଦ: ସୁପର୍‌ଷ୍ଟାର୍ ଅଲ୍ଲୁ ଅର୍ଜୁନ ଗିରଫ । ପୁଷ୍ପାରାଜ ଅଲ୍ଲୁ ଅର୍ଜୁନଙ୍କୁ ଗିରଫ କରିଛି ହାଇଦ୍ରାବାଦ ପୋଲିସ। ପୁଷ୍ପା-୨ର ସ୍କ୍ରିନିଂ ବେଳେ ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ହୋଇଥିବା ଦଳାଚକଟା ମାମଲାରେ ତାଙ୍କୁ ଗିରଫ କରାଯାଇଛି। ଏହି ଦଳଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିଲା। ଅଲ୍ଲୁଙ୍କୁ ଚି଼କ୍କାଡାପଲ୍ଲୀ ଥାନାକୁ ନିଆଯାଇଛି।

ସୂଚନାଯୋଗ୍ୟ ଡିସେମ୍ବର ୪ ରେ ଏହି ଘଟଣା ଘଟିଥିଲା ​​ଯେତେବେଳେ ଅଭିନେତାଙ୍କ ଟିକିଏ ଝଲକ ଦେଖିବାକୁ ସନ୍ଧ୍ୟା ଥିଏଟରରେ ବହୁ ଜନସମାଗମ ହୋଇଥିଲା। ଏଠାରେ ରେବଥି ନାମକ ଜଣେ ୩୯ ବର୍ଷ ବୟସ୍କା ମହିଳା ଶ୍ୱାସରୁଦ୍ଧ ହୋଇ ଜୀବନ ହରାଇଥିବାବେଳେ ତାଙ୍କର ଆଠ ବର୍ଷର ପୁଅ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ମହିଳାଙ୍କ ପରିବାରର ଅଭିଯୋଗ ପରେ ପୋଲିସ ଡିସେମ୍ବର ୫ ରେ ଅର୍ଜୁନ, ତାଙ୍କ ସୁରକ୍ଷା ଦଳ ଏବଂ ଥିଏଟର ମ୍ୟାନେଜମେଣ୍ଟ ବିରୋଧରେ ମାମଲା ଦାୟର କରିଥିଲା।

ଅଭିଯୋଗ ଅନୁଯାୟୀ ଅଲୁ ଅର୍ଜୁନ ସ୍କ୍ରିନିଂ ପାଇଁ ଆସିବେ ବୋଲି ପୋଲିସକୁ ଅବଗତ କରାଯାଇ ନଥିଲା। ଥିଏଟର ମ୍ୟାନେଜମେଣ୍ଟ କିନ୍ତୁ ଏବିଷୟରେ ବିଷୟରେ ଅବଗତ ଥିଲେ। ପୋଲିସ ପାଖରେ ସୂଚନା ଥିଲେ ହୁଏତ ଅଧିକ ସୁରକ୍ଷା ବ୍ୟବସ୍ଥା ସହିତ ଭିଡକୁ ନିୟନ୍ତ୍ରଣ କରିବାକୁ ଯୋଜନା କରିଥାନ୍ତେ। ଏହାବାଦ କେବଳ ମୁଖ୍ୟ ପ୍ରବେଶ ପଥକୁ ଛାଡିଦେଲେ ଥିଏଟର ସେଠାରେ ଦର୍ଶକଙ୍କ ପାଇଁ କୌଣସି ପୃଥକ ପ୍ରବେଶ କିମ୍ବା ପ୍ରସ୍ଥାନ ନଥିଲା। ତେଣୁ ଥିଏଟରରେ ପହଞ୍ଚିଥିବା ବହୁ ଜନସମାଗମ ଏବଂ ସୁରକ୍ଷା ଅଭାବରୁ ଏକ ଦଳାଚକଟା ସ୍ଥିତି ଉପୁଜିଥିଲା।

Leave A Reply

Your email address will not be published.