ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ମାଲକାନଗିରିରେ ପ୍ରତିଷ୍ଠା ହେବ ସିମେଣ୍ଟ କାରଖାନା

0

ମାଲକାନଗିରି: ମାଲକାନଗିରିରେ ନିଯୁକ୍ତି ସୁଯୋଗ ସୃଷ୍ଟି କରାଯିବା ନିମନ୍ତେ ୪୦୦୦ କୋଟି ଟଙ୍କା ବିନିଯୋଗରେ ପ୍ରତିଷ୍ଠା କରାଯିବ ସିମେଣ୍ଟ କାରଖାନା। ଏଥିସହିତ ମୁଖ୍ୟମନ୍ତ୍ରୀ ଆଉ ଏକ ବଡ଼ ଘୋଷଣା କରିଛନ୍ତି। ୨ ହଜାର ସ୍ଥାନୀୟ ଯୁବତୀଯୁବକଙ୍କୁ ନିଯୁକ୍ତି ମିଳିବ। ମାଲକାନଗିରି ଡିଆର୍‌ଡିଏ ସମ୍ମିଳନୀ କକ୍ଷରେ ସମୀକ୍ଷା ବୈଠକରେ ଏହି ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ ପ୍ରଥମେ ଆଦିବାସୀ ପଡ଼ିଆରେ ଅନୁଷ୍ଠିତ କୃଷି ମେଳା ଉଦ୍‌ଘାଟନ କରିବା ସହ ମେଳାରେ ବିଭିନ୍ନ କମ୍ପାନୀ ଦ୍ୱାରା କୃଷି ଯନ୍ତ୍ରପାତି, ଯାନବାହନ ଇତ୍ୟାଦି ପରିଦର୍ଶନ କରିଥିଲେ। ପରେ ଡିଏନ୍‌କେ ଖେଳପଡ଼ିଆରେ ଓର୍‌ମାସ ତରଫରୁ ବିଭିନ୍ନ ଜିଲ୍ଲା ଏବଂ ରାଜ୍ୟରୁ ଆସିଥିବା ବ୍ୟବସାୟୀଙ୍କ ଷ୍ଟଲଗୁଡ଼ିକ ବୁଲି ଦେଖିଥିଲେ।

ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମାଝୀ ମାଲ୍ୟବନ୍ତ ମହୋତ୍ସବର ଉଦ୍ଦେଶ୍ୟ, ଜିଲାର ଜନଜାତିଙ୍କ ବିଲୁପ୍ତ ହୋଇଯାଉଥିବା କଳା, ସଂସ୍କୃତି, ପରମ୍ପରାକୁ ଉଜ୍ଜୀବିତ ରଖିବା ପାଇଁ ମାଲ୍ୟବନ୍ତ ଉତ୍ସବ ଏକ ମାଧ୍ୟମ ବୋଲି କହିଥିଲେ। ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲାକୁ ୧ ନମ୍ବର ଜିଲା ଭାବେ ପରିଣତ କରିବା ଏବଂ ଜିଲାର ସର୍ବାଙ୍ଗୀନ ଉନ୍ନତି ଆମ ସରକାରଙ୍କ ଦାୟିତ୍ୱ ବୋଲି ସେ ପ୍ରକାଶ କରିଥିଲେ।

ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ନବରଙ୍ଗପୁର ଏମ୍‌ପି ବଳଭଦ୍ର ମାଝୀ, ମାଲକାନଗିରି ବିଧାୟକ ନରସିଂହ ମାଡକାମି, ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ ମଞ୍ଚାସୀନ ଥିଲେ। ମାଲକାନଗିରି ଜିଲାର ସମସ୍ତ ଅଞ୍ଚଳରେ କିପରି ଶିକ୍ଷାର ବିକାଶ ସହ ଜନଜାତିଙ୍କ ପରମ୍ପରା ବଜାୟ ରହିବ ସେଥିପ୍ରତି ସରକାର ଗୁରୁତ୍ୱ ଦେଉଛନ୍ତି ବୋଲି ଶିକ୍ଷାମନ୍ତ୍ରୀ ଗଣ୍ଡ ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ। ପରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଜିଲା ଓ ରାଜ୍ୟ ବାହାରୁ ଆସିଥିବା କଳାକାରଙ୍କ ଦ୍ୱାରା ବିଭିନ୍ନ ଲୋକନୃତ୍ୟ ପରିବେଷଣ କରାଯାଇଥିଲା।

Leave A Reply

Your email address will not be published.