ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଅଟୋ ଚାଳକଙ୍କୁ ଗଳାକାଟି ହତ୍ୟା

0

ରାୟଗଡ଼ା: ଅଟୋ ଚାଳକଙ୍କୁ ଗଳା କାଟି ନିର୍ମମ ଭାବେ ହତ୍ୟା। ରାସ୍ତା ମଝିରେ ଅଟୋ ଚାଳକଙ୍କ ଗଳା କାଟିଦେଲେ। ଆଜି ଅପରାହ୍ନରେ ଏପରି ବୀଭତ୍ସ ହତ୍ୟାକାଣ୍ଡ ରାୟଗଡ଼ା ଜିଲ୍ଲା ଟିକିରି ଥାନା ଅଞ୍ଚଳରେ ଘଟିଛି। ମୃତ ଅଟୋ ଚାଳକ ବଳରାମ ଖରା ବୋଲି ଜଣାପଡିଛି। ଘର କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ ଗାରିଡ଼ି ଗାଁରେ।

ଆଜି ସକାଳୁ କିଛି ସ୍ଥାନୀୟ ଲୋକ ଫୁଲଜବା ନିକଟରେ ରାସ୍ତା ପାର୍ଶ୍ୱରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ବଳରାମଙ୍କର ମୃତ ଦେହ ପଡିଥିବା ଦେଖିବାକୁ ପାଇଥିଲେ। ଏବଂ ପରେ ଏ ନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ସେ ରାୟଗଡ଼ା ଜିଲ୍ଲା ଦୋରାଗୁଡ଼ା ଆର୍‌ଆଇ କଲୋନୀରେ ଘର ଭଡ଼ା ନେଇ ପରିବାର ଲୋକଙ୍କ ସହ ରହୁଥିଲେ। ବଳରାମ କୋରାପୁଟ ଲକ୍ଷ୍ମୀପୁରରୁ ଅଟୋ ନେଇ ନୂଆପଡା ଆସୁଥିବାବେଳେ ଏଭଳି ଅଘଟଣ ଘଟିଛି। ଭଡାରେ ନେବାକୁ କହି କେହି ଦୁର୍ବୃତ୍ତ ତାଙ୍କ ଗଳା କାଟି ବିଭତ୍ସ ଭାବେ ହତ୍ୟା କରିଥିବା ପୁଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଛି।

Leave A Reply

Your email address will not be published.