ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଜୟପୁରରେ ବିକାଶମୂଳକ କାଯ୍ୟର ଲୋକାର୍ପଣ ଓ ଭିତ୍ତି ପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

0

କୋରାପୁଟ: କୋରାପୁଟ ଜିଲ୍ଲାର ଜୟପୁର ଫୁଲବାଡ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିକାଶମୂଳକ କାଯ୍ୟର ଲୋକାର୍ପଣ ଓ ଭିତ୍ତି ପ୍ରସ୍ତର ଦେଇଛନ୍ତି । ଜୟପୁର ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ନୁତନ କୋଠା, ସରକାରୀ ଆବାସୀକ ଗୃହ, ଏୟାରପୋର୍ଟର ନବ ନିର୍ମିତ ଟର୍ମିନାଲ କୋଠା ଲୋକାର୍ପଣ କରିଛନ୍ତି।

ଏହା ସହ ସରକାରୀ ସେବିକା ମହାବିଦ୍ୟାଳୟ କୋରାପୁଟ ଭିତ୍ତି ପ୍ରସ୍ତର ଦେଇଛନ୍ତି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ୭ ମହଲା ବିଶିଷ୍ଟ ନୁତନ କୋଠା ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଆଧୁନିକ ସୁବିଧା ଥିବା ୧୪୨ କୋଟି ଟଙ୍କା ବିନିମୟରେ ଜିଲା ମୁଖ୍ୟ ଚିକିତ୍ସାଳୟ ନିର୍ମାଣ ହୋଇଛି। ଜିଲା ଚିକିତ୍ସାଳୟର କର୍ମଚାରୀମାନଙ୍କ ପାଇଁ ୩୫ କୋଟି ଟଙ୍କା ବିନିମୟରେ ନିର୍ମାଣ ୯୬ଟି ନବନିର୍ମିତ ଆବାସିକ ଗୃହର ନିର୍ମାଣ ହୋଇଛି। ୩ ଶହ ଶଯ୍ୟା ବିଶିଷ୍ଟ ୭ ମହାଲା ନୂତନ କୋଠା ସମ୍ପୂର୍ଣ୍ଣ ଅତ୍ୟାଧୁନିକ ସୁବିଧା ଥବା ଗୋଟିଏ ଛାତ ତଳେ ଅଲ୍‌ଟ୍ରାସାଉଣ୍ଡ, ଅସ୍ଥିଶଲ୍ୟ ଭଳି ସମସ୍ତ ବିଭାଗ ଚିକିତ୍ସା ରହିଛି। ପୁରୁଣା ଉପଖଣ୍ଡ ଚିକିତ୍ସାଳୟରେ ଥିବା ରକ୍ତ ଭଣ୍ଡାରକୁ ମଧ୍ୟ ଏଠାକୁ ଆଣାଯାଇଛି। ଏଠାରେ ସମସ୍ତ ସୁବିଧା ରହିଥିବାବେଳେ ଖୁବଶୀଘ୍ର ଆଇସିୟୁର ବ୍ୟବସ୍ଥା ମଧ୍ୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ। ଏହା ସହ ୫୨ କୋଟି ଟଙ୍କା ବିନିମୟରେ ନବନିର୍ମିତ ଜୟପୁର ଏୟାରପୋର୍ଟର ଟର୍ମିନାଲ କୋଠା ମଧ୍ୟ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ। ଏଠାରୁ ସମ୍ବଲପୁର, ରାଉରକେଲା ଭଳି ଅଞ୍ଚଳକୁ ବିମାନ ସେବା ଯୋଗାଇବା ପାଇଁ ସରକାର ଉଦ୍ୟମ କରୁଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ।

ଜୟପୁର ବିଧାୟକ ତାରା ପ୍ରସାଦ ବାହିନିପତି ସ୍ୱାଗତ ଭାଷଣ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟା ନନ୍ଦ ଗଣ୍ଡ, କୋରାପୁଟ ବିଧାୟକ ରଘୁ ରାମ ମାଛ, କୋଟପାଡ ବିଧାୟକ ରୁପୁ ଭତ୍ରା, ପଟାଙ୍ଗି ବିଧାୟକ ରାମ ଚନ୍ଦ୍ର କାଡାମ, ଜିଲ୍ଲା ପରିଷଦର ସଭାନେତ୍ରୀ ସସ୍ମିତା ମେଲକା, କୋରପୁଟ ଜିଲାପାଳ ଭି. କତ୍ତି ଭାସନ, ଏସ୍ପି ରୋହିତ ବର୍ମା ଜିଲା ଚିକିତ୍ସାଧିକାରୀ ବରଦା କାନ୍ତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.