ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଜାନୁଆରୀ ୧୪ରୁ ୨୨ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା

0

କେନ୍ଦ୍ରାପଡା: ଆସନ୍ତା ଜାନୁଆରୀ ୧୪ରୁ ୨୨ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା। ତେବେ ଭିତରକନିକା ଜାତୀୟ ଉଦ୍ୟାନରେ ୨୦୨୫ ପ୍ରଥମ ମାସରେ କୁମ୍ଭୀର ଗଣନା କରାଯିବ। ଏଥିପାଇଁ ଏହି ସମୟରେ ପର୍ଯ୍ୟଟକଙ୍କ ପାଇଁ ଜାତୀୟ ଉଦ୍ୟାନ ବନ୍ଦ ରହିବା ନେଇ ସୂଚନା ଦେଇଛନ୍ତି ଭିତରକନିକା କର୍ତ୍ତୃପକ୍ଷ।

ତେବେ ଶୀତ ସହ ଅମାବାସ୍ୟା ତିଥିକୁ ଦୃଷ୍ଟିରେ ରଖି କୁମ୍ଭୀର ଗଣନା ପାଇଁ ସମୟ ସ୍ଥିର କରାଯାଇଥାଏ। ଶୀତ ଅଧିକ ହେଲେ ଛୋଟରୁ ବଡ ପର୍ଯ୍ୟନ୍ତ ସବୁ କୁମ୍ଭୀର ନଦୀପଠାରେ ଖରା ଖାଇବାକୁ ପଡ଼ି ରହିଥାନ୍ତି। ଭିତରକନିକାର ନଦୀନାଳ ମୁଖ୍ୟତଃ ଜୁଆରିଆ ହୋଇଥିବାରୁ ଅଧିକ ଭଟ୍ଟା ରହୁଥିବା ଅମାବାସ୍ୟା ତିଥି ପରେ ଉଚ୍ଚ ଜୁଆର ଆସୁ ନଥିବାରୁ ନଦୀପଠା ବୁଡି ନ ଥାଏ। ଏହି ସମୟରେ ଦିନ ଓ ରାତିରେ କୁମ୍ଭୀର ଗଣନା କରିବାକୁ ସୁବିଧା ହୋଇଥାଏ। ମୁଖ୍ୟତଃ ପର୍ଯ୍ୟଟକମାନେ ବୋଟ୍‌ରେ ଆସିବା ସମୟରେ କୁମ୍ଭୀରମାନେ ପଠାରୁ ନଦୀ ଭିତରକୁ ଚାଲି ଯାଆନ୍ତି। ପର୍ଯ୍ୟଟକଙ୍କୁ ବନ୍ଦ କରିବାର ୩ ରୁ ୪ଦିନ ପରେ ଆହୁଲା ମରା ଡଙ୍ଗା ସାହାଯ୍ୟରେ କୁମ୍ଭୀର ଗଣନା କରାଯାଇଥାଏ ବୋଲି ସୂଚନା ଦେଇଛନ୍ତି କର୍ତ୍ତୃପକ୍ଷ ।

Leave A Reply

Your email address will not be published.