ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଆଇଏଏସ ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡିଶା କ୍ୟାଡର

0

ନୂଆଦିଲ୍ଲୀ; ଆଇଏଏସ ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡିଶା କ୍ୟାଡର। ୨୦୨୩ ସିଭିଲ ସର୍ଭିସ ପରୀକ୍ଷାରେ ୨ୟ ର଼୍ୟାଙ୍କ ପାଇଥିବା ଆଇଏଏସ୍‌ ଅନିମେଶ ପ୍ରଧାନଙ୍କୁ ଓଡ଼ିଶା କ୍ୟାଡର ମିଳିଛି। ସେହିପରି ୨୪ ନମ୍ବର ର଼୍ୟାଙ୍କରେ ଥିବା ପ୍ରଜ୍ଞାନନ୍ଦନ ଗିରିଙ୍କୁ ମଧ୍ୟ ଓଡ଼ିଶା କ୍ୟାଡର ମିଳିଛି। ସେହିପରି ୩୬ ନଂ ର଼୍ୟାଙ୍କରେ ଥିବା ଆୟୁଷୀ ପ୍ରଧାନଙ୍କୁ ଆସାମ-ମେଘାଳୟ କ୍ୟାଡର ମିଳିଛି।। ଅନ୍ୟ ୮ଜଣଙ୍କୁ ଓଡ଼ିଶା କ୍ୟାଡର୍‌ ମିଳିଛି।

ଓଡିଶା କ୍ୟାଡର ୟୁପି ଏସ ସି ଦ୍ୱାରା ପରିଚାଳିତ ଭାରତୀୟ ପ୍ରସନିକ ସେବା ତଥା ୨୦୨୩ ସିଭିଲ ସର୍ଭିସ ପରୀକ୍ଷାରେ ଦ୍ୱିତୀୟ ରାଙ୍କ ପାଇଥିଲେ ଅନିମେଶ ପ୍ରଧାନ। ସର୍ବ ଭାରତୀୟ ସ୍ତରରେ ଦ୍ଵିତୀୟ ସ୍ଥାନ ଅଧିକାର କରିବା ପରେ ଶିକ୍ଷା ଓ ସ୍ୱାସ୍ଥ୍ୟ କ୍ଷେତ୍ରରେ କାର୍ଯ୍ୟ କରିବାକୁ ରୁଚି ରଖିଥିବା ସେ କହିଥିଲେ।

୪୦୯ ନଂ ରାଙ୍କରେ ଥିବା ସନ୍ତୋଷ କୁମାର ପାତ୍ରଙ୍କୁ ଓଡ଼ିଶା କ୍ୟାଡର। ୫୪ ନଂ ରାଙ୍କରେ ଥିବା ହରିୟାଣାର କଶିସ୍‌ ବକ୍ସିଙ୍କୁ ଓଡ଼ିଶା କ୍ୟାଡର। ୬୮ ନଂ ରାଙ୍କରେ ଥିବା କେରଳର କସ୍ତୁରୀ ସା’ଙ୍କୁ ଓଡ଼ିଶା କ୍ୟାଡର। ୭୧ ନଂ ରାଙ୍କରେ ଥିବା କେରଳର ଫବି ରସିଦଙ୍କୁ ଓଡ଼ିଶା କ୍ୟାଡର। ୧୨୫ନଂ ରାଙ୍କରେ ଥିବା ରାଜସ୍ଥାନର ମୃଣାଳିକା ରାଠୋରଙ୍କୁ ଓଡ଼ିଶା କ୍ୟାଡର। ୨୦୪ ନଂ ରାଙ୍କରେ ଥିବା ଦିଲ୍ଲୀର ଶୁଭ୍ରା ପଣ୍ଡାଙ୍କୁ ଓଡ଼ିଶା କ୍ୟାଡର। ୨୩୯ନଂ ରାଙ୍କରେ ଥିବା ୟୁପିର ପୱନ କୁମାରଙ୍କୁ ଓଡ଼ିଶା କ୍ୟାଡର। ୨୫୮ନଂ ରାଙ୍କର ମହାରାଷ୍ଟ୍ରର ବି.ଏସ୍ କଲ୍ୟାଣରାଓଙ୍କୁ ଓଡ଼ିଶା କ୍ୟାଡର ମିଳିଛି।

Leave A Reply

Your email address will not be published.