ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ସଡକ ଦୁର୍ଘଟଣାରେ ମା ପୁଅ ଗୁରୁତର, ସାନ ପୁଅ ମୃତ

0

ନୟାଗଡ଼: ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଚାଲିଗଲା ସାନ ପୁଅ ଜୀବନ। ବଡ ପୁଅ ଓ ମାଆ ଗୁରୁତର ଅବସ୍ଥାରେ ମେଡିକାଲରେ ଚିକିତ୍ସିତ। ବଲାଙ୍ଗୀର ଖୋର୍ଦ୍ଧା ୫୭ନମ୍ବର ଜାତୀୟ ରାଜପଥର ବାଣୀଗୋଛା ଥାନା କୁଲୁରୁକୁମ୍ପା ପଞ୍ଚାୟତର କୁମ୍ଭାରବିଡ଼ା ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର ଧକାରେ ମା’ ଜ୍ୟୋସ୍ନାରାଣୀ ନାୟକ ଏବଂ ୧୨ ବର୍ଷର ବଡ଼ ପୁଅ ଗୁରୁତର ହୋଇଥିବା ବେଳେ ୧୦ ବର୍ଷର ସାନ ପୁଅଙ୍କ ମୃତ୍ୟୁ ଘଟିଛି।

ମା’ ଏବଂ ପୁଅଙ୍କୁ ଗୁରୁତର ଅବସ୍ଥାରେ ଦଶପଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ଉଭୟଙ୍କୁ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ବିଲକୁ ଯିବାପାଇ ଜ୍ୟୋସ୍ନାରାଣୀ ୨ ପୁଅଙ୍କ ସହ ଘର ସମ୍ମୁଖରେ ଛିଡା ହୋଇଥିଲେ। ସେତିକିବେଳେ କଟକରୁ ସୋନପୁର ଯାଉଥିବା ଏକ ଓଡ଼ି୦୩ଭି-୭୪୩୦ ନମ୍ବର ବିଶିଷ୍ଟ ଏକ କାର୍‌ ଭାରସାମ୍ୟ ହରାଇ ମା’ ଓ ଦୁଇ ପୁଅଙ୍କୁ ଧକ୍କା ଦେଇଥିଲା। ଫଳରେ ସାନ ପୁଅଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ମା’ ଏବଂ ବଡ଼ ପୁଅ ଗୁରୁତର ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।

ଖବର ପାଇ ବାଣୀଗୋଛା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପକ୍ଷେ ପୋଲିସ କାର୍‌ ଚାଳକଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.