ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ମହାନଦୀରୁ ରେଭେନ୍ସାର ପୂର୍ବତନ ପ୍ରଫେସରଙ୍କ ମୃତଦେହ ଉଦ୍ଧାର

0

କଟକ: ମହାନଦୀରୁ ପୂର୍ବତନ ପ୍ରଫେସରଙ୍କ ମୃତଦେହ ଉଦ୍ଧାର ହୋଇଛି। କଟକ ଯୋବ୍ରା ବ୍ୟାରେଜ ନିକଟ ବ୍ୟାରେଜର ୯୩ ନମ୍ବର ଗେଟରେ ଲାଗିଥିବା ମୃତଦେହକୁ ଉଦ୍ଧାର କରିଛି ପୋଲିସ। ମୃତକ ହେଲେ ରେଭେନ୍ସାର ପୂର୍ବତନ ପ୍ରଫେସର ବୈଷ୍ଣବ ଚରଣ ସିଂ। ତାଙ୍କ ଘର ରାଜେନ୍ଦ୍ରନଗରରେ ବୋଲି ଜଣାପଡିଛି।

ପୋଲିସର ସୂଚନା ଅନୁଯାୟୀ, ବୈଷ୍ଣବ ଭୁବନେଶ୍ୱର ସ୍ଥିତ ନନ୍ଦନକାନନ ପାଖ ଅଞ୍ଚଳରେ ରହୁଥିଲେ। ସେ ଗତ ୧୫ ତାରିଖରୁ ନିଖୋଜ ଥିଲେ। ଏନେଇ ପରିବାର ଲୋକେ ନନ୍ଦନକାନନ ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତି କରି ଯାଞ୍ଚ ପ୍ରକ୍ରିୟା ଆରମ୍ଭ କରିଥିଲା ପୋଲିସ। ତେବେ ସ୍ଥାନୀୟ ଲୋକେ ବୈଷ୍ଣବଙ୍କ ମୃତଦେହ ମହାନଦୀରେ ଭାସୁଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛନ୍ତି।

ତେବେ ପୂର୍ବତନ ପ୍ରଫେସର ବୈଷ୍ଣବ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି ତାହା ଜଣାପଡ଼ି ନାହିଁ। ପୋଲିସ ପରିବାର ଲୋକଙ୍କୁ ପଚରାଉଚରା କରିବା ସହ ବିଭିନ୍ନ ଘଟଣାର ତଦନ୍ତ କରୁଛି।

Leave A Reply

Your email address will not be published.