ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ରାଜ୍ୟର ସବୁ ଜିଲ୍ଲାରେ ଖୋଲିବ ସାଇବର ଥାନା : ମୁଖ୍ୟମନ୍ତ୍ରୀ

0

ପୁରୀ: ପୁରୀରେ ଥାନା ଉଦଘାଟନ ବେଳେ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟର ସବୁ ଜିଲ୍ଲାରେ ଖୋଲିବ ସାଇବର ଥାନା। ପ୍ରତି ଥାନାକୁ ଦିଆଯିବ ୯ଟି ଲେଖାଏଁ ବାଇକ। ୨୦୨୬ ସୁଦ୍ଧା ମାଓ ମୁକ୍ତ ହେବ ଓଡ଼ିଶା। ଗୃହ ବିଭାଗରେ ଖାଲି ପଡ଼ିଥିବା ୧୦ ହଜାର ପଦ ପୂରଣ କରାଯିବ। ସେହିପରି ୫ ହଜାର ଗୃହରକ୍ଷୀଙ୍କୁ ନିଯୁକ୍ତି କରାଯିବା ନେଇ ଆଜି ୬୯ତମ ପୋଲିସ ଡ୍ୟୁଟି ମିଟର ଉଦଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ପୁରୀ ଜିଲ୍ଲାର ତିନି ନୂଆ ଥାନା ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଟକ ପୋଲିସ ଡ୍ୟୁଟି ମିଟରେ ଯୋଗ ଦେବା ଅବସରରେ ଭର୍ଚୁଆଲ ମୋଡ୍‌ରେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଉକ୍ତ ୩ ଥାନା ହେଲା ବଳଙ୍ଗା, ଅସ୍ତରଙ୍ଗ, ଡେଲାଙ୍ଗ ଥାନା। ସେହିପରି ବୃତ୍ତିଗତ ସ୍ତରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ଵ ହାସଲ କରିଥିବା ଦକ୍ଷ ପ୍ରତିଯୋଗୀମାନଙ୍କୁ ମୁଖ୍ୟମନ୍ତ୍ରୀ ପୁରସ୍କାର ଓ ଟ୍ରଫି ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ଡିଜି ୱାଇ.ବି ଖୁରାନିଆଙ୍କ ସମେତ ରାଜ୍ୟ ପୋଲିସ ବାହିନୀର ବହୁ ବରିଷ୍ଠ ଆଇପିଏସ ଓ ଅଧିକାରୀମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.