ପ୍ରମୁଖ ଖବର

ପିକନିକ ହେଲା କାଳ: ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ
ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି, ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍‌ ୩.୦’
ଟ୍ରକ୍‌ ବନ୍ଧକ ରଖି ପୁଅକୁ ପଠାଇଲେ, କାନାଡାରେ ସ୍ୱର୍ଣ୍ଣ ଜିତିଲେ ମହେଶ
ପିୟୁସିସି ନଥିଲେ ପେଟ୍ରୋଲ-ଡିଜେଲ ମନା, ଦିଲ୍ଲୀରେ ଲାଗୁ ହେଲା କଡ଼ା ନିୟମ
୧.୦୩ କୋଟିର ଚୀନ୍ ଡ୍ରୋନ୍ ଜବତ, ୩ ଯାତ୍ରୀ ଅଟକ

ଚଳଚ୍ଚିତ୍ର ନିର୍ମାତା-ଅଭିନେତା ସୁରେନ୍ଦ୍ର ଖୁଣ୍ଟିଆଙ୍କ ପରଲୋକ

0

ଭୁବନେଶ୍ବର: ଓଡ଼ିଆ ଚଳଚ୍ଚିତ୍ର ନିର୍ମାତା, ଅଭିନେତା ତଥା ବିଶିଷ୍ଟ ଲେଖକ ଅଧ୍ୟାପକ ସୁରେନ୍ଦ୍ର କୁମାର ଖୁଣ୍ଟିଆଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା। ମଙ୍ଗଳବାର ସକାଳ ୮ଟାରେ କଟକ ଲିଙ୍କ୍ ରୋଡସ୍ଥିତ ସୂର୍ଯ୍ୟ ବିହାରରେ ତାଙ୍କର ଦେହାନ୍ତ ଘଟିଛି।

‘ଚିହ୍ନା ଅଚିହ୍ନା’ ଓ ‘ଦେଖ ଖବର ରଖ ନଜର’ ଆଦି ଫିଲ୍ମ ନିର୍ମାଣ କରିଥିଲେ ସୁରେନ୍ଦ୍ର ଖୁଣ୍ଟିଆ। ଏହା ସହ ସେ କେତେ ଗୁଡିଏ ଓଡିଆ ଚଳଚ୍ଚିତ୍ରରେ ମଧ୍ୟ ନିଚ୍ଛକ ଅଭିନୟ କରି ଦର୍ଶକଙ୍କ ମନ ଜିଣିଛନ୍ତି। ତାଙ୍କ ବିୟୋଗରେ ଚଳଚ୍ଚିତ୍ର ଜଗତରେ ଶୋକର ଛାୟା ଖେଳିଯାଇଛି। ଅନେକ ବରିଷ୍ଠ କଳାକର ଶୋକ ପ୍ରକାଶ କରିଛନ୍ତି।

Leave A Reply

Your email address will not be published.