ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଶୀତରେ ଥରୁଛି ଓଡିଶା

0

୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ବର: ଶୀତରେ ଥରୁଛି ଓଡିଶା। ରାଜ୍ୟରେ ଶିତ ଲହରୀ ସମସ୍ତଙ୍କୁ ଅତିଷ୍ଠ କରୁଛି। ୧୫ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିବା ବେଳେ ସାରା ରାଜ୍ୟରେ ଆହୁରି ୨୪ ଘଣ୍ଟା ଯାଏ ଲାଗି ରହିବ ଶୀତ ଲହରୀ । ଶୀତ ନେଇ ୨୪ ଘଣ୍ଟା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ। ହେଲେ ତାପମାତ୍ରା ବୃଦ୍ଧି ପାଇବା ସହ କମିବ ଶୀତ ପ୍ରକୋପ। ଏନେଇ ଜାରି ହୋଇଛି କୋଲଡ ୱେଭ ଚେତାବନୀ। ଆସନ୍ତାକାଲି ପର୍ଯ୍ୟନ୍ତ ଶୀତ ଲହରି ଲାଗି ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡା, ଅନୁଗୁଳ, ଜଗତସିଂହପୁର ଓ ସୁନ୍ଦରଗଡପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଓ କନ୍ଧମାଳରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ପଡ଼ିବାର ସମ୍ଭାବନା ରହିଛି। ଏହାସହ ଆହୁରି ଦୁଇଦିନ ଯାଏ ଘନ କୁହୁଡିର ଚେତାବନୀ ମଧ୍ୟ ଦିଆଯାଇଛି। ସେପଟେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ବୋଲି ବିଭାଗ ସୂଚନା ଦେଇଛି।
ରାଜ୍ୟରେ ଖସୁଛି ପାରଦ, ବଢୁଛି ଥଣ୍ଡା। ବିଳମ୍ବରେ ହେଲେ ବି ରାଜ୍ୟରେ ଶୀତ ପ୍ରକୋପ ଧୀରେ ଧୀରେ ବଢୁଛି। ପାଣିପାଗ ବିଭାଗ ପୂର୍ବାନୁମାନ କରିଛି, ଆସନ୍ତା ସପ୍ତାହେ ଯାଏଁ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ। ମୁଖ୍ୟତଃ ପାଗ ଶୁଖିଲା ରହିବ। ତା’ସହ ଶୀତ ମଧ୍ୟ ବଢ଼ିବ। ବିଶେଷ କରି ଆଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକରେ ୯ ଡିଗ୍ରୀ ଯାଏଁ ପାରଦ ରହିପାରେ।

Leave A Reply

Your email address will not be published.