ପ୍ରମୁଖ ଖବର

୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା

ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକଙ୍କ ଘରେ ଇଡି

0

ସମ୍ବଲପୁର: ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକଙ୍କ ଘରେ ଇଡି ପକ୍ଷରୁ ବୁଧବାର ଚଢାଉ କରାଯାଇଛି। ୨୩୧ କୋଟି ଠକେଇ ଅଭିଯୋଗରେ ବଡ଼ଧରଣର ଇଡି ରେଡ ହୋଇଛି। ସମ୍ବଲପୁର ଓ ଦିଲ୍ଲୀରେ ଇଡି ଚଢାଉ କରିଛି। ସମ୍ବଲପୁରର ୩ଟି ଏବଂ ଦିଲ୍ଲୀର ଗୋଟିଏ ସ୍ଥାନରେ ରେଡ୍ କରାଯାଇଛି। ୨୩୧ କୋଟି ଟଙ୍କାର ଠକେଇ ଅଭିଯୋଗରେ ଇଡି ପକ୍ଷରୁ ଚଢ଼ାଉ କରାଯାଇଥିବା ଜଣାଯାଇଛି। ବିଶ୍ୱ ଏନଜିଓର ଫାଉଣ୍ଡର ହେଉଛନ୍ତି ପ୍ରମିଳା ମଲ୍ଲିକଙ୍କ ଭାଇ ସ୍ୱର୍ଗତ କ୍ଷୀରୋଦ ମଲ୍ଲିକ।

ସମ୍ବଲପୁରରେ ଥିବା ବିଶ୍ୱ ଏନଜିଓର ମୁଖ୍ୟ କାର୍ଯ୍ୟାଳୟ ସମେତ ୩ଟି ସ୍ଥାନରେ ଏକକାଳୀନ ଚଢାଉ କରାଯାଇଛି। ଦିଲ୍ଲୀରେ ମଧ୍ୟ ଇଡି ପକ୍ଷରୁ ଚଢାଉ ଚାଲିଥିବା ଜଣାଯାଇଛି। ମୃତ କ୍ଷୀରୋଦ ମଲ୍ଲିକ ଏକାଧିକ ରାଷ୍ଟ୍ରାୟତ ଓ ଘରୋଇ ବ୍ୟାଙ୍କରୁ ଲୋନ ନେଇଥିଲେ। ହେଲେ ତାର ପରିଷଦ କରିନଥିଲେ। ଏଥିସହ ବିଶ୍ୱ ଏନଜିଓ ୨୩୧ କୋଟି ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଥିଲା। ଏହି ଠକେଇ ଟଙ୍କା ଚଳିତ ନିର୍ବାଚନ କାର୍ଯ୍ୟରେ ବ୍ୟବହାର କରାଯାଇଥିବା ସୂଚନା ମିଳିଛି। ଏହି ତଥ୍ୟ ମିଳିବା ପରେ ଆଜି ଇଡି ପକ୍ଷରୁ ଏହି ଚଢ଼ାଉ କରାଯାଇଛି।

Leave A Reply

Your email address will not be published.