ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ପ୍ରଫେସର ବୈଷ୍ଣବ ଚରଣ ସାମଲ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

0

ଭୁବନେଶ୍ବର: ଖ୍ୟାତନାମା ସାହିତି୍ୟକ ପ୍ରଫେସର ବୈଷ୍ଣବ ଚରଣ ସାମଲଙ୍କୁ ମିଳିବ ମର୍ଯ୍ୟାଦାଜନକ ପୁରସ୍କାର କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର। ତାଙ୍କ ରଚିତ ପ୍ରବନ୍ଧ ‘ଭୂତି ଭକ୍ତି ବିଭୂତି’ ପାଇଁ ମିଳିବ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର।

୧୯୩୯ ମସିହା ଫେବୃଆରୀ ୨୭ରେ ଜନ୍ମ ଗ୍ରହଣ କରିଥିବା ପ୍ରଫେସର ସାମଲ ନିଜ ସାହିତ୍ୟ କୃତି ପାଇଁ ଅନେକ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ଜଣେ ଅଧ୍ୟାପକ ଓ ଗବେଷକ ଭାବେ ଉତ୍କଳ ବିଶ୍ବବିଦ୍ୟାଳୟଠାରୁ ବିଶ୍ୱଭାରତୀ ପର୍ଯ୍ୟନ୍ତ ଯାତ୍ରା ଓ ଅନେକ ସୃଷ୍ଟିର ସଂଭାର ତାଙ୍କୁ ଉଭୟ ଶିକ୍ଷକ, ଛାତ୍ରଛାତ୍ରୀ, ଗବେଷକ ଓ ପାଠକଙ୍କ ନିକଟରେ ପରିଚିତ କରାଇପାରିଛି। ଶ୍ରେଣୀକକ୍ଷ ଠାରୁ ସଭାକକ୍ଷ ଓ ମୁକ୍ତମଞ୍ଚର ଶ୍ରୋତାଙ୍କୁ ବିମୁଗ୍ଧ କରିଛି।

ବୈଷ୍ଣବ ସାମଲ ଉତ୍କଳ ବିଶ୍ବବିଦ୍ୟାଳୟ ଓ ଶାନ୍ତିନିକେତନ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟରେ ପ୍ରଫେସର୍‌ ଭାବେ କାର୍ଯ୍ୟ କରିଛନ୍ତି। ଓଡ଼ିଆ ସାହିତ୍ୟର ଇତିହାସ, ଓ ଗଳ୍ପର ଇତିବୃତ୍ତ, ଓ ଗଳ୍ପ: ଉନ୍ମେଷ ଓ ଉଚ୍ଚାରଣ, ସମୀକ୍ଷାଲୋକ, ସମାଲୋଚନା: ସ୍ବର ଓ ସ୍ବାକ୍ଷର ଆଦି ସମେତ ତାଙ୍କର ୧୨୦ ଖଣ୍ଡ ପୁସ୍ତକ ପ୍ରକାଶିତ ହୋଇଛି। ତାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିବା ନେଇ ଘୋଷଣା କରାଯାଇଥିବାରୁ ସାହିତ୍ୟ ଜଗତରେ ଆନନ୍ଦର ଲହରି ଖେଳିଯାଇଛି।

ପ୍ରଫେସର ବୈଷ୍ଣବ ଚରଣ ସାମଲଙ୍କ ରଚିତ ପୁସ୍ତକ ମଧ୍ୟରେ ଓଡ଼ିଆ କ୍ଷୁଦ୍ରଗଳ୍ପର ଇତିବୃତ୍ତ, ଜଣେ ବଣା ବାଟୋଇର କାହାଣୀ, କହଇ ଅଭିରାମ ବାଇ, ଗଣକବି ସାହିତ୍ୟ ସମୀକ୍ଷା, ଲାବଣ୍ୟବତୀ, ଓଡ଼ିଆ ସାହିତ୍ୟର ଇତିହାସ, ଅତିବଡ଼ି ଜଗନ୍ନାଥ ଦାସ, ଓଡ଼ିଆ ଗଳ୍ପ-ଉନ୍ମେଷ ଓ ଉତ୍ତରଣ, ସ୍ୱାଧୀନତା ପରବର୍ତ୍ତୀ ଓଡ଼ିଆ ସାହିତ୍ୟର ଭୂମି ଓ ଭୂମିକା, ଓଡ଼ିଆ ସାହିତ୍ୟରେ ରାଧାନାଥ ଓ ସତ୍ୟବାଦୀ ଯୁଗ, ଘଟେ ଘଟେ ଅଶ୍ୱଥମା ଓ ଅନ୍ୟାନ୍ୟ ପ୍ରବନ୍ଧ, ଏକା ଏକା ନକ୍ଷତ୍ର, ଆଲୋକ ଆଲୋକନ ବିଲୋକନ ଏବଂ ସଂସ୍କୃତିର ମହକ ସାହିତ୍ୟର ଚମକ ଅନ୍ୟତମ।

Leave A Reply

Your email address will not be published.