ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

୩ ବିଭାଗର ସଚିବ ପଦରୁ ବିଦା ହେଲେ ବିଷ୍ଣୁପଦ

0

ଭୁବନେଶ୍ବର: ଟେଣ୍ଡର ଫିକ୍ସିଂ ମାମଲାରେ ବରିଷ୍ଠ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ସରକାର । ଆଜି ତାଙ୍କୁ ୩ଟି ଯାକ ଗୁରୁତ୍ୱପୂର୍ଣ୍ଣ ବିଭାଗର ସଚିବ ପଦରୁ ହଟାଇ ଦେଇଛନ୍ତି। ଆଇଏଏସ୍‌ ବିଷ୍ଣୁପଦ ସେଠୀଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର। ପ୍ରମୁଖ ସଚିବ ପଦବୀରେ ଥିବା ବିଷ୍ଣୁପଦ ସେଠୀଙ୍କୁ ସାଧାରଣ ପ୍ରଶାସନ ଓ ଅଭିଯୋଗ ଓଏଏସ୍‌ଡି ଭାବେ ନିଯୁକ୍ତି ମିଳିଛି। ୧୯୯୫ ବ୍ୟାଚ୍‌ର ଆଇଏଏସ୍‌ ଶ୍ରୀ ସେଠୀଙ୍କୁ ବଦଳି ହୋଇଥିଲେ ମଧ୍ୟ ପ୍ରମୁଖ ସଚିବ ପାହ୍ୟା ବଜାୟ ରହିବ। ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି।

ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁସାରେ, ୧୯୯୫ ବ୍ୟାଚ୍ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ଅନୁସୂଚିତ ଜାତି, ଜନଜାତି ବିଭାଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, ଓଡ଼ିଆ ଭାଷାସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ପଦରୁ ହଟାଇ ଦିଆଯାଇଛି। ତାଙ୍କ ସ୍ଥାନରେ ୧୯୯୭ ବ୍ୟାଚ୍ ଆଇଏଏସ୍ ସଞ୍ଜିବ କୁମାର ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି। ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ଶ୍ରୀ ମିଶ୍ରଙ୍କୁ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ପ୍ରମୁଖ ସଚିବ ଭାବେ ଅବସ୍ଥାପିତ କରାଯାଇଥିବାବେଳେ ସେ ଅତିରିକ୍ତ ଭାବେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ସହ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ଭାବେ ଦାୟିତ୍ୱ ତୁଳାଇବେ ବୋଲି ଜାଣିବାକୁ ମିଳିଛି।

ଟେଣ୍ଡର ଫିକ୍ସିଂ ଓ ଲାଞ୍ଚ କାରବାର ମାମଲାରେ ସିବିଆଇ ତନାଘନା ଜାରି ରଖିଛି। ବ୍ରିଜ୍‌ ଆଣ୍ଡ ଆର କର୍ପୋରେସନର କର୍ମଚାରୀଙ୍କୁ ଡାକି ଜେରା ମଧ୍ୟ ଚାଲିଛି। ଏହି ଘଟଣାରେ ସମ୍ପୃକ୍ତ ଆଇଏଏସ ମାନଙ୍କର ତାଲିକା ମଧ୍ୟ ପ୍ରସ୍ତୁତ ହେଉଛି। ଅନ୍ୟପଟେ ବିଷ୍ଣୁପଦଙ୍କ ହାଜର ନହେଲେ ତାଙ୍କ ବିରୋଧରେ ସିବିଆଇ କଠୋର ହୋଇପାରେ ବୋଲି ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି।

ଉଲ୍ଲେଖଯୋଗ୍ୟ, ଲାଞ୍ଚ କାରବାର ମାମଲାରେ ବ୍ରିଜ୍ ଆଣ୍ଡ ରୁଫ୍ କର୍ପୋରେସନର ଜେନେରାଲ ମ୍ୟାନେଜର ବି. କେ ସିଂହ ସିବିଆଇ ସ୍କାନରକୁ ଆସିଛନ୍ତି। ପୂର୍ବରୁ ଜେରା ହୋଇଥିବା ତିନି ମୁଖ୍ୟ ଅଭିଯୁକ୍ତଙ୍କଠାରୁ ମିଳିଥିବା ତଥ୍ୟ ଓ ବିଷ୍ଣୁପଦ ସେଠୀଙ୍କୁ ସେ ଲେଖିଥିବା ଚିଠିକୁ ଆଧାର କରି ତାଙ୍କୁ ସିବିଆଇର ଦିଲ୍ଲୀ ଟିମ୍ ଜେରା କରିଛନ୍ତି।

Leave A Reply

Your email address will not be published.